ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ପଞ୍ଚଭୂତରେ ଲୀନ ହେଲେ କମଳା ପୂଜାରୀ

0

ଜୟପୁର: ପଞ୍ଚଭୂତରେ ଲୀନ ହେଲେ କମଳା ପୂଜାରୀ। ରାଷ୍ଟ୍ରିୟ ମର୍ଯ୍ୟାଦା ସହ ସମ୍ପର୍ଣ୍ଣ ହେଲା ପଦ୍ମଶ୍ରୀ କମଳା ପୂଜାରୀଙ୍କ ଅନ୍ତିମ ସଂସ୍କାର। ଶୋଭାଯାତ୍ରାରେ କମଳା ପୂଜାରୀଙ୍କ ମରଶରୀରକୁ ନିଆଯାଇଥିଲା। ଜୟପୁର ସ୍ଥିତ ଜନ୍ମମାଟି ପାତ୍ରପୁଟ ଗାଁ ଶ୍ମଶାନରେ ଦିଆଯାଇଥିଲା ଗାର୍ଡ ଅଫ ଅନର। ଶେଷକୃତ୍ୟ ବେଳେ ତାଙ୍କ ସାନ ପୁଅ ଟଙ୍କଧର ପୂଜାରୀ ମୁଖାଗ୍ନି ଦେଇଛନ୍ତି।

କମଳା ପୂଜାରୀଙ୍କ ବିୟୋଗରେ ପରିବାର ତଥା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଗତକାଲି କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହେଇଥିଲା। ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି ପରେ ତାଙ୍କର ଚିକିତ୍ସା ଚାଲିଥିଲା। କିଡନୀ ଜନିତ ସମସ୍ୟା ସହ ଜ୍ବରରେ ଆକ୍ରାନ୍ତ ହୋଇଥିଲେ କମଳା। ଏସସିବି ମେଡିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଏକ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ।

କୋରାପୁଟ ଜିଲ୍ଲା ଜୟପୁର ବ୍ଲକ ପାତ୍ରପୁଟ ଗ୍ରାମରେ ପଦ୍ମଶ୍ରୀ କମଳା ପୂଜାରୀ ୧୯୪୮ ମସିହାରେ ଜନ୍ମଗ୍ରହଣ କରିଥିଲେ। କୋରାପୁଟ ଜିଲ୍ଲା ପାଇଁ ଗୌରବ ଆଣିଥିଲେ କମଳା ପୂଜାରୀ। ପ୍ରଥମ ଆଦିବାସୀ ମହିଳା ଭାବେ କୋରାପୁଟ ଜିଲ୍ଲାରୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲେ। ପୁରୁଣା ଧାନ ବିହନକୁ ବିଭିନ୍ନ ଉପାୟରେ ସାଇତି ରଖିବା ପାଇଁ ୨୦୧୯ ମାର୍ଚ୍ଚ ୧୬ ତାରିଖରେ ପଦ୍ମଶ୍ରୀ ପୁରସ୍କାର ପାଇଥିଲେ। ପ୍ରାୟ ୧୦୦ରୁ ଅଧିକ ଦେଶୀ ବିହନ ସଂରକ୍ଷଣ କରି ଜାତୀୟ ସ୍ତରରେ ଚର୍ଚ୍ଚା ସୃଷ୍ଟି କରିଥିଲେ। ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ଉପାଧି ଗ୍ରହଣ କାରି କୋରାପୁଟ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଥିଲେ। ପ୍ରଥମ ଆଦିବାସୀ ମହିଳା ଭାବେ ରାଜ୍ୟ ଯୋଜନା ବୋର୍ଡର ମଧ୍ୟ ସଦସ୍ୟ ଥିଲେ କମଳା ପୂଜାରୀ।

Leave A Reply

Your email address will not be published.