ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ସର୍ବଦଳୀୟ ବୈଠକ ପାଇଁ ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ସର୍ବଦଳୀୟ ବୈଠକ ପାଇଁ ନବୀନ ନିବାସରେ ନବୀନଙ୍କୁ ନିମନ୍ତ୍ରଣ। ସୋମବାର ଠାରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟ ବଜେଟ ଅଧିବେଶନ। ଏହା ପୂର୍ବରୁ ସଂସଦୀୟ ପରମ୍ପରା ଅନୁସାରେ ଆସନ୍ତାକାଲି ପୂର୍ବାହ୍ନରେ ସର୍ବଦଳୀୟ ବୈଠକ ବସିବ। ଏଥିରେ ସାମିଲ ହେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିବାକୁ ନବୀନ ନିବାସରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ। ଉଭୟ ଆଜି ପୂର୍ବାହ୍ନରେ ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି ଓ ସର୍ବଦଳୀୟ ବୈଠକରେ ଅଂଶଗ୍ରହଣ କରିବାକୁ ନିମନ୍ତ୍ରଣ କରି ଫେରିଛନ୍ତି।

ସୂଚନା ଅନୁସାରେ, ଆସନ୍ତାକାଲି ମୋହନ ସରକାରର ଏହା ପ୍ରଥମ ବଜେଟ ଥିବାରୁ ବ୍ୟବବରାଦ ଉପରେ ମସସ୍ତଙ୍କ ନଜର ରହିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜେ ଅର୍ଥ ବିଭାଗ ନିଜ ଅଧୀନରେ ରଖିଛନ୍ତି। ସେ ହିଁ ଆସନ୍ତାକାଲି ଗୃହରେ ବଜେଟ ଉପସ୍ଥାପନ କରିବେ। ନବୀନ ଓ ତାଙ୍କ ଟିମକୁ ବିରୋଧୀ ପାର୍ଶ୍ବରେ ଦେଖିବାକୁ ମିଳିବ। ୧୯୯୭ ମସିହାରେ ପ୍ରତିଷ୍ଠା ହେବା ପରଠାରୁ ବିଜେଡି ସର୍ବଦା କ୍ଷମତାରେ ରହିଆସିଥିଲା। ମାତ୍ର ଚଳିତ ବିଧାନସଭା ନିର୍ବାଚନରେ ଦଳକୁ ପରାଜୟର ସ୍ୱାଦ ଚାଖିବାକୁ ପଡିଛି। ପ୍ରଥମଥର ଦଳ ଲୋକସଭାରେ ପ୍ରତିନିଧିତ୍ଵ ହରାଇଛି। ଏହା ସହ ରାଜ୍ୟରେ ମଧ୍ୟ ବିରୋଧୀ ଆସନକୁ ଆସିଛି। ଦୀର୍ଘକାଳ ମୁଖ୍ୟମନ୍ତ୍ରୀ ଭାବେ କ୍ଷମତା ଉପଭୋଗ କରିଥିବା ନବୀନ ପଟ୍ଟନାୟକ ଏଥର ବିରୋଧୀ ଦଳ ନେତା ଭାବେ ନୂଆ ଭୂମିକାକୁ ଆସିଛନ୍ତି।

Leave A Reply

Your email address will not be published.