ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ଦିନେ ଦୁଇ ଦିନ ମଧ୍ୟରେ ଭଣ୍ଡାର ଯାଞ୍ଚ କରିବ ଏଏସଆଇ ଟିମ୍

0

ଭୁବନେଶ୍ବର: ଆଗାମୀ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ଏଏସଆଇ) ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ଭିତର ରତ୍ନ ଭଣ୍ଡାରର ଭିତର ଅଂଶକୁ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବ। ଏନେଇ ସୋମବାର ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ତେବେ ସମସ୍ତ ଅଳଙ୍କାର ଏବଂ ଅନ୍ୟାନ୍ୟ ମୂଲ୍ୟବାନ ସାମଗ୍ରୀ ଭିତର କୋଠରୀରୁ ସ୍ଥାନାନ୍ତରିତ ହୋଇସାରିଛି। ପ୍ରଥମେ ରତ୍ନଭଣ୍ଡାରର ଅନୁଧ୍ୟାନ କରିବ ଏଏସଆଇ ଟିମ୍। ଭଣ୍ଡାର ଭିତରର ସ୍ଥିତି ଦେଖିବା ପରେ ମରାମତି ପାଇଁ କେତେ ଦିନ ଲାଗିବ କେବେଠୁ ଆରମ୍ଭ ହେବ ସେନେଇ ଆଲୋଚନା ହେବ।

ଜୁଲାଇ ୧୮ରେ ଆଉ ଥରେ ଖୋଲିଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର। ଶୁଭବେଳା ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଭିତର ଭଣ୍ଡାର ଖୋଲାଯାଇଥିଲା । ଏହା ପରେ ଭିତର ରତ୍ନଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହୋଇଛି। ନୂଆ ସିନ୍ଦୁକରେ ରହିଛି ଅଳଙ୍କାର। ଭିତର ରତ୍ନ ଭଣ୍ଡାରର ଅଳଙ୍କାରକୁ ଶ୍ରୀମନ୍ଦିର ଭିତରେ ଖଟଶେଯ ଗୃହରେ ହୋଇଥିବା ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। ରତ୍ନଭଣ୍ଡାରର ଅଳଙ୍କାର ଗଣତି ମଣତି ପ୍ରସଙ୍ଗରେ ପୂର୍ବରୁ ପ୍ରତିକ୍ରିୟା ରଖିଥିଲେ ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ। ସେ କହିଥିଲେ, ଏସଓପି ରେ ଥିବା ଦୁଇଟି କାର୍ଯ୍ୟ ଶେଷ ହୋଇଛି। ରତ୍ନଭଣ୍ଡାର ଖୋଲିବା ଓ ଅଳଙ୍କାର ସ୍ଥାନାନ୍ତର ସରିଛି। ଏବେ ତୃତୀୟ କାର୍ଯ୍ୟ ମଣତି ଓ ଗଣତି ପାଇଁ ପ୍ରସ୍ତୁତି ଆରମ୍ଭ ହେବ।

Leave A Reply

Your email address will not be published.