ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ରାଜଧାନୀରେ ନକଲି ଟମାଟୋ ସସ୍ ଫ୍ୟାକ୍ଟ୍ରି ଠାବ

0

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ନକଲି ଟମାଟୋ ସସ୍ ଫ୍ୟାକ୍ଟ୍ରିରେ ବଡ଼ ଧରଣର ରେଡ଼। ରେଡ କଲା କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ୱାଡ। ଭୁବନେଶ୍ୱର ଭୀମଟାଙ୍ଗୀ ଅଞ୍ଚଳରେ ଖାଦ୍ୟ ସୁରକ୍ଷା ବିଭାଗ ସହାୟତାରେ ଚଢ଼ାଉ କରିଛି ସ୍ପେଶାଲ ସ୍କ୍ୱାଡ। ଚଢ଼ାଉ ବେଳେ ବିପୁଳ ପରିମାଣର ନକଲି ସସ୍, ରଙ୍ଗ, କଞ୍ଚାମାଲ ଜବତ କରାଯାଇଛି। ସସ୍ ତିଆରି ହେଉଥିବା କିଛି ମେସିନ ମଧ୍ୟ ଜବତ କରାଯାଇଛି।
କଟକରେ ନକଲି ଚା’ ପତି କାରଖାନା ଧରାପଡ଼ିବା ପରେ ଏବେ ରାଜଧାନୀ ଭୁବନେଶ୍ୱରରେ ରେଡ଼ ହୋଇଛି ନକଲି ଟମାଟୋ ସସ୍।

ରାଜଧାନୀରେ ବେଧଡକ ଭାବେ ନାଳ ପାଣିରେ ତିଆରି ହେଉଥିଲା ସସ। ଯାହାକୁ ଖାଇ ମାରାତ୍ମକ ରୋଗର ଶିକାର ହେଉଥିଲେ ଲୋକେ। ଏ ନେଇ ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ଆଜି ସ୍କ୍ୱାଡ ପକ୍ଷରୁ ଚଢ଼ାଉ କରାଯାଇଛି। ମୁଖ୍ୟ କାର୍ପଟଦାରକୁ କାବୁ କରି ଅଧିକ ପଚରାଉଚରା କରୁଛି ପୋଲିସ। ଘଟଣାସ୍ଥଳରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ପହଂଚି ଘଟଣା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ସେପଟେ ଏତେ ଦିନ ଧରି ଏହି ଜାଗାରେ ନକଲି ଫ୍ୟାକ୍ଟ୍ରି ଚାଲୁଥିବା ବେଳେ ସ୍ଥାନୀୟ ପୋଲିସ କିଭଳି ଖବର ପାଉନଥିଲା ତାହା ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Leave A Reply

Your email address will not be published.