ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଉପ ବାଚସ୍ପତି ପ୍ରାର୍ଥୀ ପାଇଁ ନାମାଙ୍କନ ଦାଖଲ କଲେ ଭବାନୀ ଶଙ୍କର

0

ନୂଆଦିଲ୍ଲୀ; ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେବା ପରେ ଉପ ବାଚସ୍ପତି ପଦ ଖାଲି ପଡ଼ିଥିଲା। ବିଜେପିର ଉପ ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ। ବିଧାନସଭା ସଚିବଙ୍କୁ ନିଜ ନାମାଙ୍କନ ପତ୍ର ପ୍ରଦାନ କରିଛନ୍ତି ଭବାନୀ। ତେବେ ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୨୪ରେ ହେବ ଉପବାଚସ୍ପତି ନିର୍ବାଚନ।

ସୂଚନା ଅନୁସାରେ , ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେବା ପରେ ଉପ ବାଚସ୍ପତି ପଦ ଖାଲି ପଡ଼ିଥିଲା। ଆଜି ଭାରତୀୟ ଜନତା ପାର୍ଟି ତଳସରା ବିଧାୟକ ଭବାନୀ ଭୋଇଙ୍କୁ ଉପ ବାଚସ୍ପତି ପ୍ରାର୍ଥୀ କରିଛି। ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବନୀ ଶଙ୍କର ଭୋଇ ତଳସରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଦୁଇ ଥର ନିର୍ବାଚିତ ହୋଇଛନ୍ତି। ପ୍ରଥମେ ୨୦୧୯ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବେଳେ ଚଳିତ ନିର୍ବାଚନରେ ମଧ୍ୟ ପୁଣି ଥରେ ନିର୍ବାଚିତ ହୋଇଛନ୍ତି।

ଆଜି ବିଧିବଦ୍ଧ ଭାବେ ବିଜେପି ପକ୍ଷରୁ ଉପବାଚସ୍ପତି ପଦ ପାଇଁ ତାଙ୍କ ନାମ ଘୋଷଣା କରାଯାଇଛି। ଏହା ପରେ ସେ ଉପବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ଆସନ୍ତାକାଲି ଉପବାଚସ୍ପତି ନିର୍ବାଚିତ ହେବା ପରେ ତା ପରଦିନ ଅର୍ଥାତ୍ ୨୫ ତାରିଖରେ ବଜେଟ୍ ଉପସ୍ଥାପନା ହେବ।

Leave A Reply

Your email address will not be published.