ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ବଜେଟ୍ ୨୦୨୪-୨୫: ସୁନା, ରୁପା, ମୋବାଇଲ ହେବ ଶସ୍ତା

0

ନୂଆଦିଲ୍ଲୀ: ମୋଦି ସରକାରର ତୃତୀୟ ପାଳିର ପ୍ରଥମ ସାଧାରଣ ବଜେଟ୍ ଉପସ୍ଥାପିତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ ବେଳେ ବଡ଼ ଘୋଷଣା କରିଛନ୍ତି। ବଜେଟରେ ଏଥର ଯୁବ, ଶିକ୍ଷା, କୃଷି ଏବଂ ରୋଜଗାରର ଦକ୍ଷତା ବିକାଶ ଭଳି କ୍ଷେତ୍ରକୁ ବିଶେଷ ଧ୍ୟାନ ଦିଆଯାଇଛି। ବଜେଟରେ ଅର୍ଥମନ୍ତ୍ରୀ ଘୋଷଣା କରି କହିଛନ୍ତି, ସୁନା, ରୁପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ। ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ୬% ହ୍ରାସ ହେବ। ପ୍ଲାଟିନମ ଉପରୁ ମଧ୍ୟ କଷ୍ଟମ ଡ୍ୟୁଟି ୬.୪% ହ୍ରାସ କରାଯିବ ।

ସେହିପରି ମୋବାଇଲ ଫୋନ ଏବଂ ଚାର୍ଜର, ବ୍ୟାଟେରୀ ଶସ୍ତା କରିବାକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ସୋଲାର ପ୍ୟାନେଲ, ସାମୁଦ୍ରିକ ଉତ୍ପାଦ ମଧ୍ୟ ଶସ୍ତା ହେବ। ୩ ପ୍ରକାର କ୍ୟାନ୍ସର୍‌ ଔଷଧ ଉପରୁ କଷ୍ଟମ ଡ୍ୟୁଟି କମିବ। ଔଷଧ ଓ ମେଡିକାଲ ଜିନିଷ ଉପରୁ କଷ୍ଟମ ଡ୍ୟୁଟି କମିବ। ଏକ୍ସରେ ଟ୍ୟୁବ ଉପରୁ ମଧ୍ୟ ଶୁଳ୍କ ହ୍ରାସ ନେଇ ବଜେଟରେ ଘୋଷଣା କରାଯାଇଛି। ପଲିଥିନ ଉପରେ କଷ୍ଟମ ଡ୍ୟୁଟି ମଧ୍ୟ ହ୍ରାସ କରାଯାଇଛି ।

ଶସ୍ତା ହେଲା: ମୋବାଇଲ, ସୋଲାର ପ୍ୟାନେଲ, ଚମଡ଼ା ନିର୍ମିତ ବସ୍ତୁ, ଗହଣା(ସୁନା,ରୁପା, ହୀରା,ପ୍ଲାଟିନମ୍‌), ଷ୍ଟିଲ ଏବଂ ଲୁହା, ଇଲୋକଟ୍ରୋନିକ୍ସ, ସମୁଦ୍ର ଖାଦ୍ୟ, କର୍କଟ ଔଷଧ

ମହଙ୍ଗା ହେଲା: କେନ୍ଦ୍ରୀୟ ବଜେଟରେ ପ୍ଲାଷ୍ଟିକ ଓ ପେଟ୍ରୋକେମିକାଲ ଉତ୍ପାଦ ଉପରେ କଷ୍ଟମ ଡ୍ୟୁଟି ବଢିବା ନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

ଅନ୍ୟପଟେ ପେଟ୍ରୋକେମିକାଲ ଉତ୍ପାଦ ଉପରେ ଶୁଳ୍କ ବଢ଼ିବ। ପ୍ଲାଷ୍ଟିକ ଓ ପ୍ଲାଷ୍ଟିକ ସଂପର୍କିତ ଉତ୍ପାଦ ଉପରେ ମଧ୍ୟ ଶୁଳ୍କ ବଢ଼ିବ। ଆମୋନିୟମ ନାଇଟ୍ରେଟ ଉପରେ କଷ୍ଟମ ଡ୍ୟୁଟି ୧୦ ପ୍ରତିଶତରୁ ୨୫ ପ୍ରତିଶତକୁ ବୃଦ୍ଧି କରିବାକୁ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ନିର୍ଦ୍ଦିଷ୍ଟ ଟେଲିକମ ଯନ୍ତ୍ରପାତି ଉପରେ ମୌଳିକ କଷ୍ଟମ ଡ୍ୟୁଟି ମଧ୍ୟ ୧୦ ପ୍ରତିଶତରୁ ୧୫ ପ୍ରତିଶତକୁ ବୃଦ୍ଧି କରାଯାଇଛି।

ଅର୍ଥମନ୍ତ୍ରୀ ନିଜର ବଜେଟ ଭାଷଣ ଆରମ୍ଭରେ ଦେଶବାସୀ ପୁନର୍ବାର ମୋଦି ସରକାରଙ୍କ ଉପରେ ବିଶ୍ବାସ ପ୍ରକଟ କରିଥିବାରୁ ଧନ୍ୟବାଦ ଜଣାଇଥିଲେ। ବଜେଟରେ ବିଶେଷକରି ଗରିବ, ମହିଳା, ଯୁବବର୍ଗ, କୃଷକଙ୍କ ବିକାଶ ଉପରେ ଫୋକସ୍ କରାଯାଇଛି।

Leave A Reply

Your email address will not be published.