ପ୍ରମୁଖ ଖବର

୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ
କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍, ଜଣେ ମୃତ
ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ
‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ
ଓଡ଼ିଆ ଝିଅ ହେଲେ ଝାଡ଼ଖଣ୍ଡ ଡିଜିପି
ଆସନ୍ତାକାଲିଠୁ ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ

ଅର୍ଥମନ୍ତ୍ରୀଙ୍କୁ ଦହି ଚିନି ଖୁଆଇ ବଜେଟକୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି

0

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଟିମ୍‌ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ମଧ୍ୟ ରାଷ୍ଟ୍ରପତିଙ୍କ ଅନୁମୋଦନ ନେଇଥିଲେ। ଏହି ସମୟରେ ରାଷ୍ଟ୍ରପତି ମୁର୍ମୁ ନିର୍ମଳା ସୀତାରମଣଙ୍କୁ ଦହି ଏବଂ ଚିନି ଖାଇବାକୁ ଦେଇଥିଲେ। ଆମ ପରମ୍ପରାରେ କୌଣସି ଶୁଭ କାମରେ ଯିବା ପୂର୍ବରୁ ଦହି ଚିନି ଖାଇବାର ପ୍ରଥା ରହିଛି । ତେଣୁ ବଜେଟ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି ଚିନି ଖୁଆଇଛନ୍ତି ମହାମହିମ ।

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଲୋକ ସଭାରେ ୨୦୨୪-୨୫ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଥିଲେ। ଏହା ନିର୍ମଳାଙ୍କର କ୍ରମାଗତ ସପ୍ତମ ବଜେଟ ହୋଇଥିବାବେଳେ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ପ୍ରଥମ ବଜେଟ। ଏନ୍‌ଡିଏ ସରକାରଙ୍କ ବିକଶିତ ଭାରତ ସ୍ବପ୍ନକୁ ଦୃଷ୍ଟିରେ ରଖି ଅର୍ଥମନ୍ତ୍ରୀ ବଜେଟରେ ଅର୍ଥନୀତିର ବିଭିନ୍ନ କ୍ଷେତ୍ରକୁ ପ୍ରାଧାନ୍ୟ ଦେଇଛନ୍ତି।

Leave A Reply

Your email address will not be published.