ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଅର୍ଥମନ୍ତ୍ରୀଙ୍କୁ ଦହି ଚିନି ଖୁଆଇ ବଜେଟକୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି

0

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଟିମ୍‌ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ମଧ୍ୟ ରାଷ୍ଟ୍ରପତିଙ୍କ ଅନୁମୋଦନ ନେଇଥିଲେ। ଏହି ସମୟରେ ରାଷ୍ଟ୍ରପତି ମୁର୍ମୁ ନିର୍ମଳା ସୀତାରମଣଙ୍କୁ ଦହି ଏବଂ ଚିନି ଖାଇବାକୁ ଦେଇଥିଲେ। ଆମ ପରମ୍ପରାରେ କୌଣସି ଶୁଭ କାମରେ ଯିବା ପୂର୍ବରୁ ଦହି ଚିନି ଖାଇବାର ପ୍ରଥା ରହିଛି । ତେଣୁ ବଜେଟ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି ଚିନି ଖୁଆଇଛନ୍ତି ମହାମହିମ ।

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଲୋକ ସଭାରେ ୨୦୨୪-୨୫ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଥିଲେ। ଏହା ନିର୍ମଳାଙ୍କର କ୍ରମାଗତ ସପ୍ତମ ବଜେଟ ହୋଇଥିବାବେଳେ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ପ୍ରଥମ ବଜେଟ। ଏନ୍‌ଡିଏ ସରକାରଙ୍କ ବିକଶିତ ଭାରତ ସ୍ବପ୍ନକୁ ଦୃଷ୍ଟିରେ ରଖି ଅର୍ଥମନ୍ତ୍ରୀ ବଜେଟରେ ଅର୍ଥନୀତିର ବିଭିନ୍ନ କ୍ଷେତ୍ରକୁ ପ୍ରାଧାନ୍ୟ ଦେଇଛନ୍ତି।

Leave A Reply

Your email address will not be published.