ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ସୋଆରେ ଭିଏତନାମର ସାଂସ୍କୃତିକ ଦଳ ପରିବେଷଣ କରିବେ ନିଜ ଦେଶର କଳା ସଂସ୍କୃତି

0

ଭୁବନେଶ୍ୱର, ୨୩/୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ପହଂଚିଛନ୍ତି ଭିଏତନାମର ନିନ୍ ଥୁଆନ୍ ପ୍ରଦେଶର ଏକ ସାଂସ୍କୃତିକ ଦଳ। ନୃତ୍ୟ ଓ ସଂଗୀତ ମାଧ୍ୟମରେ ନିଜ ଦେଶର ପ୍ରାଚୀନ କଳା ଓ ସଂସ୍କୃତି ସୋଆରେ ପରିବେଷଣ କରିବେ ଏହି ଦଳ। ଭିଏତନାମର ନିନ୍ ଥୁଆନ୍ ପ୍ରଦେଶର ସଂସ୍କୃତି, କ୍ରୀଡ଼ା ଓ ପର୍ଯ୍ୟଟନ ବିଭାଗର ଭାଇସ୍‌-ଡାଇରେକ୍ଟର ଶ୍ରୀ ଭାନ୍ କୋଙ୍ଗ୍ ହୋଆଙ୍କ ନେତୃତ୍ୱରେ ଆସିଥିବା ଏହି ଦଳ ବୁଧବାର ସନ୍ଧ୍ୟାରେ ସୋଆ ଅଡିଟରିୟମ୍‌ରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ।

ଏହି ଦଳର ସଦସ୍ୟମାନେ ଚାମ୍ ନୃତ୍ୟ (ଏହାକୁ ଅପ୍‌ସରା ନୃତ୍ୟ ମଧ୍ୟ କୁହାଯାଏ) ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହି ନୃତ୍ୟର ଓଡ଼ିଶାର ଶାସ୍ତ୍ରୀୟ ନୃତ୍ୟ ସହିତ ଅନେକ ସାମଞ୍ଜସ୍ୟ ରହିଛି। ସେହିପରି ସେମାନଙ୍କର ଅନ୍ୟ ନୃତ୍ୟଗୁଡ଼ିକ ମଧ୍ୟ ଓଡ଼ିଆ ପାଇକ ନୃତ୍ୟ ଭଳି ଜଣାପଡ଼େ।

ଭୁବନେଶ୍ୱରରେ ପହଂଚିବା ପରେ ଶ୍ରୀ ହୋଆ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଥିଲେ। ସେହିପରି ତାଙ୍କ ଦଳର ସଦସ୍ୟମାନେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦଙ୍କ ସହ ସାକ୍ଷାତ କରି ଆଲୋଚନା କରିଥିଲେ। ଅପରାହ୍ଣରେ ସେମାନେ ସୋଆର କ୍ୟାମ୍ପସ୍‌ଗୁଡ଼ିକୁ ପରିଦର୍ଶନ କରିବା ସହ ଆଇଟିଇଆର୍‌ର ସ୍ପୋର୍ଟ୍ସ ସେଂଟର ବୁଲି ଦେଖିଥିଲେ।

Leave A Reply

Your email address will not be published.