ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଉପସ୍ଥାପନ ହେଲା ଓଡିଶା ଅର୍ଥନୈତିକ ସର୍ଭେ ରିପୋର୍ଟ

0

ଭୁବନେଶ୍ୱର: ଜୁଲାଇ ୨୫ ତାରିଖରେ ଆଗତ ହେବ ନୂଆ ରାଜ୍ୟ ସରକାରର ପ୍ରଥମ ବଜେଟ୍। ଏହା ପୂର୍ବରୁ ଆଜି ଉପସ୍ଥାପନ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ। ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ୧, ୬୪, ୪୩୭ ଟଙ୍କା। ୨୦୨୩-୨୪ରେ ଓଡ଼ିଶାର ଅଭିବୃଦ୍ଧି ହାର ୮.୫% ରହିବା ଆକଳନ। ଯାହାକି ୨୦୨୨-୨୩ରେ ରାଜ୍ୟର ଅଭିବୃଦ୍ଧି ହାର ଥିଲା ୭.୯ ପ୍ରତିଶତ ଥିଲା। ଶିଳ୍ପ ଓ ସେବା କ୍ଷେତ୍ରରେ ଉଚ୍ଚ ଅଭିବୃଦ୍ଧି ଯୋଗୁଁ ଏହା ସମ୍ଭବ ହେଇପାରିଛି ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ସେହିପରି ଦାରିଦ୍ର୍ୟ ଅନୁପାତ ୨୦୧୫-୧୬ରୁ ୧୯-୨୧ ମଧ୍ୟରେ ରାଜ୍ୟର ପ୍ରାୟ ୬୨ ଲକ୍ଷରୁ ଅଧିକ ଲୋକ ଦାରିଦ୍ର୍ୟରୁ ମୁକ୍ତ ହେଇଛନ୍ତି ବୋଲି ଅର୍ଥନୈତିକ ସର୍ଭେ ରିପୋର୍ଟରେ କୁହାଯାଇଛି। ୨୦୨୩-୨୪ରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ଅଭିବୃଦ୍ଧି ୩.୫ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ସେହିପରି ଶିଳ୍ପକ୍ଷେତ୍ରର ଅଭିବୃଦ୍ଧି ହାର ୮.୭ ପ୍ରତିଶତ, ସେବା କ୍ଷେତ୍ରର ଅଭିବୃଦ୍ଧି ହାର ୯.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ୨୦୧୯-୨୦ରେ ବିତ୍ତୀୟ ନିଅଣ୍ଟ ୩.୫ପ୍ରତିଶତ ଥିବାବେଳେ ୨୩-୨୪ରେ ୩.୧ ପ୍ରତିଶତକୁ ହ୍ରାସ ପାଇଛି। ୨୦୨୨-୨୩ରେ ଧାନ ଉତ୍ପାଦନ ୧୪୧.୪ ଲକ୍ଷ ମେଟ୍ରିକ ଟନ୍‌କୁ ମଧ୍ୟ ବୃଦ୍ଧି ହୋଇଛି।

ସେହିପରି ଶିଳ୍ପକ୍ଷେତ୍ରର ଅଭିବୃଦ୍ଧି ହାର ୮.୭ ପ୍ରତିଶତ, ସେବା କ୍ଷେତ୍ରର ଅଭିବୃଦ୍ଧି ହାର ୯.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ମହିଳା ସାକ୍ଷରତା କ୍ଷେତ୍ରରେ ଓଡ଼ିଶାର ଅଗ୍ରଗତି ଘଟିଛି। ୭ ବର୍ଷ ବୟସରୁ ଉର୍ଦ୍ଧ୍ବ ମହିଳା ସାକ୍ଷରତା ହାର ୨୦୦୧ (ଜନଗଣନା)ରେ ୫୦.୫ ପ୍ରତିଶତଥିବା ବେଳେ ୨୦୨୨-୨୩ରେ ଏହା ୭୩.୬ ପ୍ରତିଶତକୁ ବୃଦ୍ଧି ପାଇଛି।

ଆର୍ଥିକ ବର୍ଷ ୨୦୨୩-୨୪ରେ ପୁଞ୍ଜି ବୟବରାଦ ପ୍ରାୟ ୫୧,୬୮୩ କୋଟି ଟଙ୍କା ଆବଣ୍ଟନ କରାଯାଇଛି। ଜିଏସଡିପି (ରାଜ୍ୟ ସକଳ ଘରୋଇ ଉତ୍ପାଦ) ପ୍ରାୟ ୬.୨% ରହିଛି। ଯାହାକି ପୂର୍ବ ବର୍ଷ ତୂଳନାରେ ଏହି ପରିମାଣ ପ୍ରାୟ ୩୪.୯ ପ୍ରତିଶତ ଅଧିକ ରହିଛି। ଭିତ୍ତିଭୂମି କ୍ଷେତ୍ରରେ ଥିବା ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଗାମୀ ବର୍ଷଗୁଡିକରେ ପୁଞ୍ଜି ବ୍ୟୟବରାଦ ବୃଦ୍ଧି ପାଇବାର ସମ୍ଭାବନା ମଧ୍ୟ ଆକଳନରେ ଆକଳନରେ ଦର୍ଶାଯାଇଛି।

Leave A Reply

Your email address will not be published.