ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଜବତ ହେବ ଫିଟନେସ୍ ନଥିବା ଗାଡ଼ି : ପରିବହନ ମନ୍ତ୍ରୀ

0

ଭୁବନେଶ୍ୱର: ସଡ଼କ ସୁରକ୍ଷା ନିୟମକୁ କଡ଼ାକଡ଼ି ଭାବେ ପାଳନ ପାଇଁ ପରିବହନ ମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ କହିଛନ୍ତି, ବିନା ଫିଟନେସରେ ଚାଲୁଥିବା ଗାଡ଼ି ଗୁଡ଼ିକୁ କେବଳ ଜରିମାନା ନୁହେଁ, ଆଇନ ଅନୁଯାୟୀ ଜବତ କରାଯିବା ସହ ମାମଲା ରୁଜୁ କରାଯିବ। ଫିଟନେସ୍ ନଥିବା ଗାଡ଼ି ବିରୋଧରେ ରାଜ୍ୟବ୍ୟାପି ହେବ ଜୋରଦାର ଧରପଗଡ଼। ଏଣିକି ସଂପକ୍ତ ଗାଡ଼ିକୁ ସିଧା ସିଜ୍ କରାଯିବ ବୋଲି କହିଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ।

ସଡ଼କ ସୁରକ୍ଷା ନିୟମକୁ କଡ଼ାକଡ଼ି ଭାବେ ପାଳନ ପାଇଁ ପରିବହନ ମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ କହିଛନ୍ତି, ବିନା ଫିଟନେସରେ ଚାଲୁଥିବା ଗାଡ଼ି ଗୁଡ଼ିକୁ କେବଳ ଜରିମାନା ନୁହେଁ, ଆଇନ ଅନୁଯାୟୀ ଜବତ କରାଯିବା ସହ ମାମଲା ରୁଜୁ କରାଯିବ। ମନ୍ତ୍ରୀ ଆହୁରି ବି କହିଛନ୍ତି, ବାରମ୍ବାର ସଚେତନତା ସତ୍ତ୍ବେ କେତେକ ଗାଡ଼ି ମାଲିକ ଏହାର ଉଲ୍ଲଘନ କରୁଛନ୍ତି। ଏସବୁ ଗାଡ଼ି ଦ୍ବାରା ଅନେକ ସମୟରେ ଦୁର୍ଘଟଣା ଘଟୁଥିବା ମଧ୍ୟ ନଜରକୁ ଆସିଛି।

ତେଣୁ ଫିଟନେସ୍ ଓ ପଞ୍ଜୀକରଣ ବୈଧତା ସରିଥିବା ଗାଡ଼ିର ତାଲିକା କରି ଆକ୍ସନ ନିଆଯିବ। ଟୋଲଗେଟ୍ ଗୁଡ଼ିକରେ ବି ଫିଟନେସ୍ ନଥିବା ଗାଡ଼ିକୁ ଆଗକୁ ଯିବାକୁ ଅନୁମତି ନଦେବାକୁ ନିବେଦନ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ। ତା’ସହ ଶିକ୍ଷାନୁଷ୍ଠାନ କ୍ଷେତ୍ରରେ ମଧ୍ୟ ନିୟମର ଖିଲାପି ହେଲେ କର୍ତ୍ତୃପକ୍ଷଙ୍କ ବିରୋଧରେ ମାମଲା ରୁଜୁ ହେବ ବୋଲି କହିଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା।

Leave A Reply

Your email address will not be published.