ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ଭିନ୍ନକ୍ଷମ କଲ୍ୟାଣ ପାଇଁ ୩୦୨ କୋଟି ଟଙ୍କା ବ୍ୟୟବରାଦ ସହ ବଢ଼ିଲା ବାର୍ଦ୍ଧକ୍ୟ ଭତ୍ତା

0

ଭୁବନେଶ୍ବର: ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ବାର୍ଦ୍ଧକ୍ୟ ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଥିସହ ବଜେଟରେ ସାମାଜିକ ସୁରକ୍ଷା ପାଇଁ ୭ ହଜାର ୬ ଶହ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେହିପରି ଭିନ୍ନକ୍ଷମ କଲ୍ୟାଣ ପାଇଁ ୩୦୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି।

ସେହିପରି ଶିକ୍ଷାକ୍ଷେତ୍ର ପାଇଁ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ହୋଇଛି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ରଖିଛନ୍ତି।

Leave A Reply

Your email address will not be published.