ପ୍ରମୁଖ ଖବର

ଭଦ୍ରକରେ ଟେକ୍ସଟାଇଲ ପାର୍କ ଓ ପାରାଦୀପରେ ହେବ ମେଗା ଫିଡ୍ କ୍ରାକର୍ ପ୍ଲାଣ୍ଟ : ଶିଳ୍ପମନ୍ତ୍ରୀ
ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ ଦେବ ସ୍କୁଲ
ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି, ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଏସପି ମୁକେଶ କୁମାର ଭାମୁ
ରାଜ୍ୟରେ ଖୁବ ଶୀଘ୍ର ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ
ମୋ ପରେ ସୁଜିତ ଦଳ ଛାଡ଼ିଲେ, ଆଗକୁ ଅନେକ ଆସିପାରନ୍ତି : ମମତା ମହାନ୍ତ
ଲକ୍ଷ ଲକ୍ଷ ଟଙ୍କା ସହ ଭିଜିଲାନ୍ସ ଜାଲରେ ଧରା ପଡିଲେ ନୂଆପଡ଼ା ଏମ୍‌ଭିଆଇ
ଗଣେଶ ପୂଜା ବିସର୍ଜନ ପାଇଁ ଗାଇଡଲାଇନ୍‌ ଜାରି କଲା ବିଏମସି
ଆଜିଠୁ ଗଡ଼ିଲା ‘ସୁଭଦ୍ରା’ ରଥ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଏଣିକି ୨୦୦୦ ଟଙ୍କା ଦେଣନେଣରେ ପେମେଣ୍ଟ ଏଗ୍ରିଗେଟର ଉପରେ ଲାଗିବ ୧୮% GST
ଝାରପଡ଼ା ଜେଲର ପୂର୍ବତନ ଅଧୀକ୍ଷକ ସତ୍ୟପ୍ରକାଶ ସ୍ବାଇଁ ଗିରଫ
ମଣିପୁରରେ ପୁଣି ହିଂସା

୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ

0

ବିଧାନସଭା ରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥର ରାଜ୍ୟ ବଜେଟରେ ୨ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ମୋହନ ସରକାରଙ୍କ ଏହା ପ୍ରଥମ ବଜେଟ।

କୃଷି ପାଇଁ ପୂର୍ବ ବର୍ଷ ତୁଳନାରେ ବଢିଛି ବଜେଟର ପରିମାଣ। ଗତବର୍ଷ କୃଷି ବଜେଟ ୨୪, ୮୨୯ କୋଟି ଥିବା ବେଳେ ଚଳିତ ବର୍ଷ କୃଷି ବଜେଟ ପରିମାଣ ୩୩, ୯୧୯ କୋଟି ରହିଛି। ସେହିପରି ଏବେ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ। ଧାର୍ଯ୍ୟ ଏମ୍‌ଏସ୍‌ପିଠାରୁ ୮ଶହ ଟଙ୍କା ଅଧିକ ଦିଆଯିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଚାଷୀମାନଙ୍କ ପାଇଁ ନୂଆ ଯୋଜନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ନୂତନ ଯୋଜନାର ନାଁ ରହିଛି ‘ସିଏମ୍‌ କିଷାନ’ ଯୋଜନା। ସିଏମ୍‌ କିଷାନ ଯୋଜନା ପାଇଁ ୧୯୩୫ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ସେହିପରି ବଜେଟରେ ଚାଷୀଙ୍କ ପାଇଁ ସମୃଦ୍ଧ କୃଷକ ଯୋଜନା ଘୋଷଣା କରାଯାଇଛି। ସମୃଦ୍ଧ କୃଷକ ଯୋଜନା ପାଇଁ ୫ ହଜାର କୋଟି ବ୍ୟୟବରାଦ କରାଯାଇଛି। ସେହିପରି ଆହାର ଯୋଜନାକୁ ବନ୍ଦ କରି ଶ୍ରୀଅନ୍ନ ଯୋଜନା ଲାଗୁ କରିଛନ୍ତି ମୋହନ ସରକାର । ଏହି ଶ୍ରୀଅନ୍ନ ଅଭିଯାନ ପାଇଁ ୬୪୯ କୋଟି ଘୋଷଣା କରାଯାଇଛି।

ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକରୀ କରାଯାଇଛି। ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟିର ବ୍ୟୟବରାଦ କରାଯାଇଛି। ସେହିପରି ଓଡ଼ିଶା ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ୨୦୨୭ ସୁଦ୍ଧା ରାଜ୍ୟରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି ହେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ମହିଳା ଓ ଶିଶୁ ବିକାଶ ପାଇଁ ବଜେଟରେ ୧୭, ୯୪୨ କୋଟି ବ୍ୟୟବରାଦ କରାଯାଇଛି। ବଜେଟ ଅଧିବେଶନରେ ଓଡ଼ିଶାରେ ଖୁବ ଶୀଘ୍ର ରାଜ୍ୟ ସମବାୟ ନୀତି ଆସିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ମହାନଦୀ ନବୀକରଣ ପାଇଁ ବୈଷୟିକ କମିଟି ଗଠନ କରାଯିବ ବୋଲି ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ଡ୍ୟାମ ସୁରକ୍ଷା ଉନ୍ନତୀକରଣ ଯୋଜନା ପାଇଁ ୨ଶହ କୋଟି ବ୍ୟୟବରାଦ କରାଯାଇଛି। ମୋହନ ସରକାରଙ୍କ ପ୍ରଥମ କ୍ୟାବିନେଟରେ ଶ୍ରୀମନ୍ଦିର ପାଇଁ ୫ଶହ କୋଟିର କର୍ପସ ପାଣ୍ଠି ହୋଇଛି। ରାଜ୍ୟରେ ନବୀନ ସରକାର ଲାଗୁ କରିଥିବା ବିଏସକେୱାଇ ଯାଗାରେ ନୂଆ ଯୋଜନା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଯାଗାରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କରିଛନ୍ତି ସରକାର । ରାଜ୍ୟର ନିଜସ୍ବ ସ୍ବାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ। ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କ୍ୟାସ୍‌ଲେସ୍‌ ସେବା ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

କଟକ ଏସ୍‌ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ବ୍ୟବରାଦ କରାଯାଇଛି। ତେବେ ଏ ବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଯୋଜନା କରାଯିବ। ଫୁଲବାଣୀ ଓ ୨୬-୨୭ରେ ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟରେ ଲାଗୁ ହେବ ‘ଯଶୋଦା’ ଯୋଜନା। ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ‘ଯଶୋଦା’ ଯୋଜନା ଲାଗୁ କରାଯାଇଛି। ଏହି ଯଶୋଦା ଯୋଜନା ପାଇଁ ବଜେଟରେ ୮୩ କୋଟିର ପ୍ରାବଧାନ ରହିଛି।

ସେହିପରି ସାମାଜିକ ସୁରକ୍ଷା ଭତ୍ତା ବଢାଯାଇ ୩ ହଜାର ୫ଶହ ଟଙ୍କା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ବର୍ଦ୍ଧିତ ଭତ୍ତା। ୮୦ ପ୍ରତିଶତରୁ କମ୍‌ ହୋଇନଥିବା ଭିନ୍ନକ୍ଷମ ମାନେ ମଧ୍ୟ ପାଇବେ ଏହି ବର୍ଦ୍ଧିତ ଭତ୍ତା। ସେହିପରି ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯାଇଛି। ଆୟୁଷ୍ମାନ ଯୋଜନା ପାଇଁ ୫୦୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ ପାଇଁ ବଜେଟରେ ୨୪୬୨ କୋଟି ବ୍ୟୟବରାଦ କରିଛନ୍ତି।
ଏହା ସହ ବଦଳିଛି ମୋ ସ୍କୁଲ ନାଁ। ମୋ ସ୍କୁଲ ବଦଳି ତା’ ସ୍ଥାନରେ ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ କରାଯାଇଛି। ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

ସ୍କୁଲରେ ଡ୍ରପ୍‌ ଆଉଟ ରୋକିବାକୁ ନୂଆ ଯୋଜନା ‘ମାଧୋ ସିଂହ ହାତ ଖର୍ଚ୍ଚ’ ଘୋଷଣା କରାଯାଇଛି। ଏହି ଯୋଜନା ଅଧିନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଜନଜାତି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ ହଜାର ଟଙ୍କା। ଭୁବନେଶ୍ୱରରେ ନୂଆ ଷ୍ଟାଡିୟମ ନିର୍ମାଣ ପାଇଁ ବଜେଟରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରି । ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ଓ ନୂଆ ଷ୍ଟାଡିୟମ ପାଇଁ ୯୫୨ କୋଟି ବ୍ୟୟବରାଦ କରାଯାଇଛି।

ମେକ୍‌ ଇନ୍‌ ଓଡ଼ିଶା ନାଁ ବଦଳି ଉତ୍କର୍ଷ ଉତ୍କଳ କରାଯାଇଛି। ଉତ୍କର୍ଷ ଉତ୍କଳ ସମ୍ମିଳନୀ ମାଧ୍ୟମରେ ପୁଞ୍ଜି ଯୋଗାଡ଼ର ଲକ୍ଷ୍ୟ ରଖାଯାଇଛି। ୨୦୨୯ ସୁଦ୍ଧା ରାଜ୍ୟକୁ ଅଢ଼େଇ ଲକ୍ଷ କୋଟି ଘରୋଇ ପୁଞ୍ଜି ଆଣିବାର ଯୋଜନା ରହିଛି। ୨ ବିଲିୟନ ଡଲାରରୁ ଅଧିକ ବିଦେଶୀ ପୁଞ୍ଜି ନିବେଶ ପାଇଁ ବି ଲକ୍ଷ୍ୟ ରଖାଯାଇଛି।

ନିମ୍ନ ଆୟକାରୀ ପରିବାରକୁ ଘର ଯୋଗାଇବାକୁ ଅନ୍ତ୍ୟୋଦୟ ଗୃହ ଯୋଜନା ଲାଗୁ କରାଯାଇଛି। ପିଏମ୍‌ ଆବାସ ପାଉନଥିବା ହିତାଧିକାରୀମାନେ ପାଇବେ ଏହି ଅନ୍ତ୍ୟୋଦୟ ଗୃହ ଯୋଜନାର ଲାଭ ଉଠାଇପାରିବେ। ହଟିଲା ‘ଆମ ଓଡିଶା, ନବୀନ ଓଡିଶା’। ଗ୍ରାମାଞ୍ଚଳରେ ସହାରାଞ୍ଚଳ ସୁବିଧା ଯୋଗାଇବାକୁ ମଧ୍ୟ ନୂଆ ଯୋଜନା ଲାଗୁ କରିଛନ୍ତି ସରକାର। ବିକଶିତ ଗାଁ ବିକଶିତ ଓଡ଼ିଶା ନାଁରେ ନୂଆ ଯୋଜନା ଆରମ୍ଭ କରାଯାଇଛି। ବିକଶିତ ଗାଁ ବିକଶିତ ଓଡ଼ିଶା ପାଇଁ ବଜେଟରେ ୧ ହଜାର କୋଟି ବ୍ୟୟବରାଦ କରାଯାଇଛି।

୨୦୨୭ ସୁଦ୍ଧା ଭୁବନେଶ୍ୱର -ତ୍ରିଶୁଳିଆ ମେଟ୍ରୋ ରେଳ କାର୍ଯ୍ୟକ୍ଷମ କରାଯିବ। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ଏୟାରପୋର୍ଟରୁ ତ୍ରିଶୁଳିଆ ଯାଏ ଚାଲିବ ମେଟ୍ରୋ। ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬୨୫୬ କୋଟିର ବ୍ୟୟବରାଦ କରାଯାଇଛି। ମେଟ୍ରୋ ପ୍ରକଳ୍ପ ପାଇଁ ଚଳିତ ବଜେଟରେ ୧ ହଜାର କୋଟି ଅନୁଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ମାଗଣା ବିଜୁଳି ପାଇଁ ସହାୟତା ମିଳିବ ।ଏକ କିଲୋୱାଟ ପ୍ରକଳ୍ପ ପାଇଁ କେନ୍ଦ୍ର ଦେବ ୩୦ ହଜାର ରିହାତି । ସେହିପରି ୨ କିଲୋୱାଟ ପାଇଁ ୬୦ ହଜାର, ୩ କିଲୋୱାଟ ପାଇଁ ୭୮ ହଜାର ରିହାତି ଦେବ କେନ୍ଦ୍ର । ଏଥିରେ ଅତିରିକ୍ତ ସହାୟତା ଦେବାକୁ ରାଜ୍ୟରେ ସୌରଶକ୍ତି ପ୍ରୋତ୍ସାହନ ଯୋଜନା କରାଯାଇଛି ।

Leave A Reply

Your email address will not be published.