ପ୍ରମୁଖ ଖବର

ଜଗନ୍ନାଥବଲ୍ଲଭ ପାର୍କିଂରୁ ତଳକୁ ଖସିଲା ବୋଲୋରୋ, ଡ୍ରାଇଭର ଗୁରୁତର
ସବୁ ଥାନାରୁ ହଟିବ ଜବତ ଗାଡ଼ି: ମେୟର
ଯୌତୁକ ବର୍ବରତା: ପୁଅ ଆଗରେ ମାଆକୁ ଜିଅନ୍ତା ପୋଡିଲା ବାପା
ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ: ନଗର ଉନ୍ନୟନ ମନ୍ତ୍ରୀ
ସମ୍ବଲପୁରରେ ହେବ ଓୟୁଏଟିର ନୂଆ କ୍ୟାମ୍ପସ: ଉପମୁଖ୍ୟମନ୍ତ୍ରୀ
ଅଜଣା ଗାଡି ଧକ୍କାରେ ଏଏସଆଇଙ୍କ ମୃତ୍ୟୁ
ଗୃହବନ୍ଦୀ ହେଲେ ଚମ୍ପାଇ ସୋରେନ
ବେଟିଂ ରାକେଟରେ ସଂପୃକ୍ତିି; କଂଗ୍ରେସ ବିଧାୟକ ଗିରଫ

ନୂଆ ସରକାରର ପ୍ରଥମ ବଜେଟ୍ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। କ୍ଷମତାକୁ ଆସିବା ପରେ ଏହା ବିଜେପି ସରକାରର ପ୍ରଥମ ବଜେଟ୍। ଏନେଇ ବିକଶିତ ଓଡିଶା ପାଇଁ ବଜେଟ୍ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତେବେ ୨୦୨୩-୨୪ ତୁଳନାରେ ୨୦୨୪- ୨୫ ବଜେଟ ପରିମାଣ ୧୫% ଅଧିକ। ଚଳିତ ବର୍ଷ ମୋଟ ୨ ଲକ୍ଷ ୬୫ ହଜାର କୋଟିର ବଜେଟ୍ ଅଟକଳ ବ୍ୟୟବରାଦ ରହିଛି। ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ ପୂର୍ବରୁ ରାଜ୍ୟ ସରକାର ପୂର୍ବତନ ଅର୍ଥମନ୍ତ୍ରୀ ଓ ବିଶେଷଜ୍ଞଙ୍କ ପରାମର୍ଶ ନେଇଥିଲେ।

ସୂଚନାଯୋଗ୍ୟ, ଗତ ଫେବୃଆରୀରେ ବିଜେଡି ସରକାର କାମଚଳା ବଜେଟ୍‌ ଆଣିଥିଲେ। ତତ୍କାଳୀନ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ୍‌ ୨ ଲକ୍ଷ ୫୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିଥିଲେ। ସାଧାରଣ ନିର୍ବାଚନ ଥିବାରୁ ଆର୍ଥିକ ବର୍ଷର ପ୍ରଥମ ୪ ମାସ ପାଇଁ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ୍‌ ଅଣାଯାଇଥିଲା। ରାଜ୍ୟରେ ଶାସନ ପରିବର୍ତ୍ତନ ହୋଇଛି। ପ୍ରଥମ ଥର ଲାଗି ଭାଜପା ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଣିଛି।

ବଜେଟ୍ ଉପସ୍ଥାପନା ଆରମ୍ଭରୁ ହିଁ ଏହା ବିକଶିତ ଓଡିଶା ପାଇଁ ବଜେଟ୍ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ। ଏହା ସହିତ ବିଜେପି ସରକାରର ପ୍ରଥମ ବଜେଟରେ ମହିଳା, ଯୁବକ, ଗରିବ ଓ କୃଷକମାନଙ୍କୁ ଅଧିକ ପ୍ରାଥମିକତା ଦିଆଯାଇଛି। ଏହାରି ଭିତରେ କୃଷକ ଭାଇଙ୍କ ପାଇଁ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ କ୍ଷମତାକୁ ଆସିବା ପରେ ଧାନର ସର୍ବନିମ୍ନ ମୂଲ୍ୟକୁ ୩୧୦୦ ଟଙ୍କା କରିଥିବା ବେଳେ ଆଜି ବଜେଟରେ ଏହାକୁ ଆହୁରି ୮୦୦ ଟଙ୍କା ବୃଦ୍ଧି କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହିତ ଗତଥର ଅପେକ୍ଷା ଏଥର କୃଷି କ୍ଷେତ୍ର ପାଇଁ ବଜେଟରେ ବ୍ୟାପକ ଅନୁଦାନ ମିଳିଛି।

କୃଷି ପାଇଁ ପୂର୍ବ ବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ବଜେଟ ବ୍ୟୟବରାଦ କରାଯାଇଚି। ଗତବର୍ଷ କୃଷି ବଜେଟ ୨୪, ୮୨୯ କୋଟି ଥିବାବେଳେ ଚଳିତ ବର୍ଷ କୃଷି ବଜେଟ ପରିମାଣ ୩୩, ୯୧୯ କୋଟି ବ୍ୟୟବରାଦ କରାଯାଇଛି। ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ ଧାନ କିଣାଯିବ। ଧାର୍ଯ୍ୟ ଏମ୍‌ଏସ୍‌ପିଠାରୁ ୮ଶହ ଟଙ୍କା ଅଧିକ ଦିଆଯିବ। ଚାଷୀମାନଙ୍କ ପାଇଁ ନୂଆ ଯୋଜନା ସିଏମ୍‌ କିଷାନ ଲାଗୁ କରାଯିବ। ସିଏମ୍‌ କିଷାନ ଯୋଜନା ପାଇଁ ୧୯୩୫ କୋଟି ବ୍ୟୟବରାଦ କରାଯାଇଚି। ବଜେଟରେ ଚାଷୀଙ୍କ ପାଇଁ ସମୃଦ୍ଧ କୃଷକ ଯୋଜନା ଘୋଷଣା ରାଯାଇଛି। ସମୃଦ୍ଧ କୃଷକ ଯୋଜନା ପାଇଁ ୫ ହଜାର କୋଟି ବ୍ୟୟବରାଦ ହୋଇଛି। ଶ୍ରୀଅନ୍ନ ଅଭିଯାନ ପାଇଁ ୬୪୯ କୋଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Leave A Reply

Your email address will not be published.