ପ୍ରମୁଖ ଖବର

ଜଗନ୍ନାଥବଲ୍ଲଭ ପାର୍କିଂରୁ ତଳକୁ ଖସିଲା ବୋଲୋରୋ, ଡ୍ରାଇଭର ଗୁରୁତର
ସବୁ ଥାନାରୁ ହଟିବ ଜବତ ଗାଡ଼ି: ମେୟର
ଯୌତୁକ ବର୍ବରତା: ପୁଅ ଆଗରେ ମାଆକୁ ଜିଅନ୍ତା ପୋଡିଲା ବାପା
ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ: ନଗର ଉନ୍ନୟନ ମନ୍ତ୍ରୀ
ସମ୍ବଲପୁରରେ ହେବ ଓୟୁଏଟିର ନୂଆ କ୍ୟାମ୍ପସ: ଉପମୁଖ୍ୟମନ୍ତ୍ରୀ

ଭିନ୍ନକ୍ଷମ କଲ୍ୟାଣ ପାଇଁ ୩୦୨ କୋଟି ଟଙ୍କା ବ୍ୟୟବରାଦ ସହ ବଢ଼ିଲା ବାର୍ଦ୍ଧକ୍ୟ ଭତ୍ତା

0

ଭୁବନେଶ୍ବର: ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ବାର୍ଦ୍ଧକ୍ୟ ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଥିସହ ବଜେଟରେ ସାମାଜିକ ସୁରକ୍ଷା ପାଇଁ ୭ ହଜାର ୬ ଶହ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେହିପରି ଭିନ୍ନକ୍ଷମ କଲ୍ୟାଣ ପାଇଁ ୩୦୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି।

ସେହିପରି ଶିକ୍ଷାକ୍ଷେତ୍ର ପାଇଁ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ହୋଇଛି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ରଖିଛନ୍ତି।

Leave A Reply

Your email address will not be published.