ପ୍ରମୁଖ ଖବର

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ
ଡିସିପି ଅଫିସରେ ଆତ୍ମସମର୍ପଣ ପରେ ଗିରଫ ହେଲେ ଜଗନ୍ନାଥ ପ୍ରଧାନ
ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ
ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା
ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ଵସ୍ତି
ଆସନ୍ତା ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ
ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
କଟକ: ଡ୍ୟୁଟି ସାରି ଫେରିବା ବେଳେ ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍

କୃଷି ବିଭାଗରେ ଓଡ଼ିଆରେ ହେବ ସରକାରୀ କାର୍ଯ୍ୟ : ଅରବିନ୍ଦ ପାଢୀ

0

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ ଓଡିଆ ଭାଷାରେ ସମ୍ପାଦନ କରାଯିବ ବୋଲି ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ଶୁକ୍ରବାର ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି।

ଏଥିପାଇଁ ନିର୍ଦ୍ଦେଶାଳୟ ଅଧୀନରେ ଥିବା ଅଧସ୍ତନ କାର୍ଯ୍ୟାଳୟଗୁଡିକୁ ଆବଶ୍ୟକୀୟ ନିର୍ଦ୍ଦେଶ ପ୍ରଦାନ କରିବାକୁ ଡ. ପାଢୀ ଉଲ୍ଲେଖ କରିଛନ୍ତି। ମୁଖ୍ୟମନ୍ତ୍ରୀ ସରକାରୀ ସ୍ତରରେ ଓଡିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ଓ ସୁଗମ କରିବା ନିମନ୍ତେ ଉପଯୁକ୍ତ ଜ୍ଞାନକୌଶଳ ପ୍ରୟୋଗର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ଦିଗରେ ବିଭାଗୀୟ ଅଧିକାରୀମାନେ ଯତ୍ନବାନ ହେବା ସହିତ ଏହାର ଅନୁପାଳନ ସମ୍ବନ୍ଧରେ ବିଭାଗକୁ ନିୟମିତ ଅବଗତ କରିବାକୁ ଡ. ପାଢୀ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.