ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

କୃଷି ବିଭାଗରେ ଓଡ଼ିଆରେ ହେବ ସରକାରୀ କାର୍ଯ୍ୟ : ଅରବିନ୍ଦ ପାଢୀ

0

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ ଓଡିଆ ଭାଷାରେ ସମ୍ପାଦନ କରାଯିବ ବୋଲି ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ଶୁକ୍ରବାର ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି।

ଏଥିପାଇଁ ନିର୍ଦ୍ଦେଶାଳୟ ଅଧୀନରେ ଥିବା ଅଧସ୍ତନ କାର୍ଯ୍ୟାଳୟଗୁଡିକୁ ଆବଶ୍ୟକୀୟ ନିର୍ଦ୍ଦେଶ ପ୍ରଦାନ କରିବାକୁ ଡ. ପାଢୀ ଉଲ୍ଲେଖ କରିଛନ୍ତି। ମୁଖ୍ୟମନ୍ତ୍ରୀ ସରକାରୀ ସ୍ତରରେ ଓଡିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ଓ ସୁଗମ କରିବା ନିମନ୍ତେ ଉପଯୁକ୍ତ ଜ୍ଞାନକୌଶଳ ପ୍ରୟୋଗର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ଦିଗରେ ବିଭାଗୀୟ ଅଧିକାରୀମାନେ ଯତ୍ନବାନ ହେବା ସହିତ ଏହାର ଅନୁପାଳନ ସମ୍ବନ୍ଧରେ ବିଭାଗକୁ ନିୟମିତ ଅବଗତ କରିବାକୁ ଡ. ପାଢୀ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.