ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ବଙ୍ଗୋପସାଗରରେ ସୃଷ୍ଟି ହେଲା ପୁଣି ଏକ ଲଘୁଚାପ

0

ଭୁନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ପୁଣି ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ବାଂଲାଦେଶ ଉପକୂଳରେ କେନ୍ଦ୍ରିଭୂତ ହୋଇଥିବା ବେଳେ କ୍ରମଶଃ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ମୁହାଁ ହେବ । ଏହାର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ଜିଲାରେ ୨ ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ । ତେବେ ଆକସ୍ମିକ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ। ଆଜିଠୁ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି ।

ଅନୁଗୁଳ, ଢେଙ୍କାନାଳ, ଯାଜପୁର, ସମ୍ବଲପୁର, ଦେବଗଡ଼, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । । ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଥିବାବେଳେ ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବନି । କିଛି ଜିଲ୍ଲାରେ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ । ପ୍ରବଳ ବର୍ଷା ଯୋଗୁଁ ଆକସ୍ମିକ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ ବୋଲି କହିଛି ପାଣିପାଗ କେନ୍ଦ୍ର । ରାଜ୍ୟର ଅନ୍ୟ ସମସ୍ତ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା କରାଯାଇଛି ।

Leave A Reply

Your email address will not be published.