ଧାମରା: ଧାମରା ଥାନା କରଞ୍ଜମାଳ ପଞ୍ଚାୟତ ରାସ୍ତାକଡ଼ରୁ ଉଦ୍ଧାର ହେଲା ନବଜାତ ଶିଶୁ କନ୍ୟା। ଉଦ୍ଧାର ପରେ ମେଡିକାଲରେ ଭର୍ତ୍ତି କଲେ ସ୍ଥାନୀୟ ଲୋକେ। କରଞ୍ଜମାଳ ଅଞ୍ଚଳରେ ରାସ୍ତା କଡରେ ଏକ ଶିଶୁ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ଏହା ଏକ ନବଜାତ ଶିଶୁ କନ୍ୟା ଜଣାପଡିଥିଲା । ଉଦ୍ଧାର ପରେ ତୁରନ୍ତ ତାକୁ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ କିଏ ଏବଂ କାହିଁକି ଏହି ନବଜାତ ଶିଶୁକନ୍ୟାକୁ ରାସ୍ତା କଡରେ ଛାଡି ଦେଇଯାଇଛି ସେନେଇ କିଛି ସୂଚନା ମିଳିନି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ