ପ୍ରମୁଖ ଖବର

୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ
କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍, ଜଣେ ମୃତ
ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ
‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ
ଓଡ଼ିଆ ଝିଅ ହେଲେ ଝାଡ଼ଖଣ୍ଡ ଡିଜିପି
ଆସନ୍ତାକାଲିଠୁ ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ

ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତର ପ୍ରଥମ ପଦକ ଆଣିଲେ ମନୁ ଭାକର

0

ପ୍ୟାରିସ୍‌: ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତକୁ ମିଳିଛି ପ୍ରଥମ ପଦକ। ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଶୁଟର ମନୁ ଭାକର ୧୦ ମିଟର ଏୟାର ପିସ୍ତଲ ମହିଳା ଏକକ ବର୍ଗରେ ଫାଇନାଲ୍‌ରେ ଜିଛନ୍ତି ବ୍ରୋଞ୍ଜ ମେଡାଲ। ଗତ ୨୦ ବର୍ଷରେ ଏକ ବ୍ୟକ୍ତିଗତ ଇଭେଣ୍ଟରେ ଅଲିମ୍ପିକ୍ସ ଫାଇନାଲରେ ପ୍ରବେଶ କରିବାରେ ମନୁ ଭାକର ପ୍ରଥମ ଭାରତୀୟ ମହିଳା ଶୁଟର ହୋଇଥିବାବେଳେ ଏଠାରେ କାଂସ୍ୟ ଜିତି ରଚିଛନ୍ତି ଇତିହାସ।

ମନୁ ଭାକର ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ସେ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ପଦକ ଜିତି ଶୁଟିଂ ଇଭେଣ୍ଟରେ ପଦକ ଜିତିଥିବା ପ୍ରଥମ ଭାରତୀୟ ମହିଳା ଶୁଟର ହୋଇଛନ୍ତି। ପ୍ରଥମ ଭାରତୀୟ ମହିଳା ଶୁଟର ଭାବେ ମଧ୍ୟ ସେ ଗତ ୨୦ ବର୍ଷରେ କୌଣସି ବ୍ୟକ୍ତିଗତ ଇଭେଣ୍ଟରେ ଅଲିମ୍ପିକ୍ସ ଫାଇନାଲରେ ପ୍ରବେଶ କରିଥିଲେ। ଦେଶକୁ ପ୍ରଥମ ପଦକ ଦେବା ପାଇଁ ଚମତ୍କାର ପ୍ରଦର୍ଶନ କରିଥିଲେ ମନୁ ଭାକର। ମନୁ ଭାକର ଫାଇନାଲରେ ୨୨୧.୭ ପଏଣ୍ଟ ହାସଲ କରି ଭାରତକୁ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ପ୍ରଥମ ପଦକ ଦେଇଛନ୍ତି।

Leave A Reply

Your email address will not be published.