ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତର ପ୍ରଥମ ପଦକ ଆଣିଲେ ମନୁ ଭାକର

0

ପ୍ୟାରିସ୍‌: ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତକୁ ମିଳିଛି ପ୍ରଥମ ପଦକ। ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଶୁଟର ମନୁ ଭାକର ୧୦ ମିଟର ଏୟାର ପିସ୍ତଲ ମହିଳା ଏକକ ବର୍ଗରେ ଫାଇନାଲ୍‌ରେ ଜିଛନ୍ତି ବ୍ରୋଞ୍ଜ ମେଡାଲ। ଗତ ୨୦ ବର୍ଷରେ ଏକ ବ୍ୟକ୍ତିଗତ ଇଭେଣ୍ଟରେ ଅଲିମ୍ପିକ୍ସ ଫାଇନାଲରେ ପ୍ରବେଶ କରିବାରେ ମନୁ ଭାକର ପ୍ରଥମ ଭାରତୀୟ ମହିଳା ଶୁଟର ହୋଇଥିବାବେଳେ ଏଠାରେ କାଂସ୍ୟ ଜିତି ରଚିଛନ୍ତି ଇତିହାସ।

ମନୁ ଭାକର ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ସେ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ପଦକ ଜିତି ଶୁଟିଂ ଇଭେଣ୍ଟରେ ପଦକ ଜିତିଥିବା ପ୍ରଥମ ଭାରତୀୟ ମହିଳା ଶୁଟର ହୋଇଛନ୍ତି। ପ୍ରଥମ ଭାରତୀୟ ମହିଳା ଶୁଟର ଭାବେ ମଧ୍ୟ ସେ ଗତ ୨୦ ବର୍ଷରେ କୌଣସି ବ୍ୟକ୍ତିଗତ ଇଭେଣ୍ଟରେ ଅଲିମ୍ପିକ୍ସ ଫାଇନାଲରେ ପ୍ରବେଶ କରିଥିଲେ। ଦେଶକୁ ପ୍ରଥମ ପଦକ ଦେବା ପାଇଁ ଚମତ୍କାର ପ୍ରଦର୍ଶନ କରିଥିଲେ ମନୁ ଭାକର। ମନୁ ଭାକର ଫାଇନାଲରେ ୨୨୧.୭ ପଏଣ୍ଟ ହାସଲ କରି ଭାରତକୁ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ପ୍ରଥମ ପଦକ ଦେଇଛନ୍ତି।

Leave A Reply

Your email address will not be published.