ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଅର୍ଥ ବିଭାଗର ପ୍ରମୁଖ ସଚିବ ହେଲେ ଶାଶ୍ୱତ ମିଶ୍ର

0

ଭୁବନେଶ୍ବର: ଆଇଏଏସ୍‌ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିଭଳି ଆଇଏଏସ୍‌ ଅଫିସର ଏନ୍‌.ବି.ଏସ୍‌. ରାଜପୁତଙ୍କୁ ଶାଶ୍ୱତଙ୍କ ସ୍ଥାନରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି। ଏନେଇ ରବିବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

୧୯୯୬ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ଶାଶ୍ବତ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ ହୋଇଛନ୍ତି। ଏହାଛଡ଼ା ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ପୂର୍ବରୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ଶାଶ୍ୱତ ମିଶ୍ର ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପାଇଥିଲେ।

ଆଜି ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁସାରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ଆଇଏଏସ୍‌ ଶାଶ୍ବତ ମିଶ୍ରଙ୍କୁ ଅର୍ଥ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଛି। ଏଥି ସହିତ ପୂର୍ବରୁ ପାଇଥିବା ଶକ୍ତି ବିଭାଗ ଓ ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ କମିଶନ (OSSSC) ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ସେ ତୁଲାଇବେ। ସେହିଭଳି ଆଇଏଏସ୍‌ ଅଫିସର ଏନ୍‌.ବି.ଏସ୍‌. ରାଜପୁତଙ୍କୁ ଶାଶ୍ୱତଙ୍କ ସ୍ଥାନରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି।

Leave A Reply

Your email address will not be published.