ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ଓଡ଼ିଆ ଭାଷାର ବ୍ୟବହାର ନେଇ କାଲି ରିପୋର୍ଟ ଦେବେ ସଚିବ

0

ଭୁବନେଶ୍ବର: ଓଡିଆ ଅସ୍ମିତାକୁ ଅସ୍ତ୍ର କରି ଏଥର ଶାସନ ଗାଦି ହାତେଇଛି ବିଜେପି ସରକାର। ସେଥିପାଇଁ ସବୁ କ୍ଷେତ୍ରରେ ଓଡିଆ ଅସ୍ମିତାକୁ ପ୍ରଧାନ୍ୟ ଦେଉଛନ୍ତି ମୋହନ ସରକାର। କ୍ଷମତାକୁ ଆସିବା ପରେ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟର ନଥିପତ୍ର ଓଡିଆରେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଜାରି କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ପ୍ରୟୋଗ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର।

ତେବେ ଏ କାର୍ଯ୍ୟ ରାଜ୍ୟରେ କେତେ ଦୂର ଯାଏଁ ଲାଗୁ କରାଯାଇଛି ତାହାକୁ ପରଖିବାକୁ ସବୁ ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏନେଇ ସମସ୍ତ ରିପୋର୍ଟ ୨୯ ତାରିଖ ସୁଦ୍ଧା ଅର୍ଥାତ୍ ଆସନ୍ତାକାଲି ସୁଦ୍ଧା ପୈଠ କରିବାକୁ ଚିଠି ଜାରି କରାଯାଇଛି ।ତେବେ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ ଗତ ୨୫ ତାରିଖରେ ସମସ୍ତ ବିଭାଗର ସଚିବଙ୍କୁ ଚିଠି ଲେଖି ଏ ବିଷୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏନେଇ ସଚିବ କହିଛନ୍ତି, ଓଡ଼ିଆ ଭାଷାରେ ବିଭାଗର ନଥିପତ୍ର କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ଓ ସୁଗମ କରିବା ପାଇଁ ଉପଯୁକ୍ତ ଜ୍ଞାନକୌଶଳ ପ୍ରୟୋଗ ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।ତେଣୁ ବଭିନ୍ନ ବିଭାଗ କି ପଦକ୍ଷେପ ନେଇଛି ତାହା ୨୯ତାରିଖ ସୁଦ୍ଧା ଜଣାଇବାକୁ ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ତେବେ ଏହି ଚିଠିରେ ସ୍ପଷ୍ଟ ଲେଖାଅଛି ଯେ, ରାଜ୍ୟ ସରକାର ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ପ୍ରୟୋଗ ଉପରେ ପ୍ରାଧାନ୍ୟ ଦେଉଥିବାରୁ ଅନୁଷ୍ଠାନର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ବର୍ତ୍ତମାନଠାରୁ ସମସ୍ତ ନଥିକାର୍ଯ୍ୟ ଯଥା ଟିପ୍ପଣୀ, ଆଦେଶ,ବିଜ୍ଞପ୍ତି, ଚିଠି, ସଭା ବିବରଣୀ ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ ସମ୍ପାଦନ କରିବାକୁ ଜଣାଇ ଦିଆଗଲା।

Leave A Reply

Your email address will not be published.