ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଖୋଲିଲା ହୀରାକୁଦର ୨୦ଟି ଗେଟ୍

0

ଭୁବନେଶ୍ବର: ଖୋଲିଲା ହୀରାକୁଦ ଡ୍ୟାମ ଗେଟ୍। ଆଜି ହୀରାକୁଦରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯାଇଛି। ସକାଳ ୯ ଟାରେ ପ୍ରଥମେ ପରମ୍ପରା ମୁତାବକ ପୂଜାର୍ଚ୍ଚନା ପରେ ୭ଟି ଗେଟ୍ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଥିଲା। ପରେ ୧୪ ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ। ଆଜି ସକାଳେ ପ୍ରଥମ ପର୍ଯ୍ୟାୟରେ ୭ଟି ଗେଟ୍ ଖୋଲିଥିବା ବେଳେ ଏବେ ଦ୍ବିତୀୟ ପର୍ଯ୍ୟାୟରେ ହୀରାକୁଦର ଆଉ ୭ଟି ଗେଟ୍ ଖୋଲାଯାଇଛି। ତେବେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ।

ଏଥିପାଇଁ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ଡ୍ୟାମ୍‌ର ବାମ ପାର୍ଶ୍ୱର ୭ ନମ୍ବର ସ୍ଲୁଇସ ଗେଟ୍ ଖୋଲା ଯାଇଥିଲା। ପରେ ଆଉ ୬ଟି ଗେଟ୍ ଖୋଲା ଯାଇଥିଲା। ପ୍ରଥମେ ବାମ ପାଶ୍ୱର ୫ଟି ଓ ଦକ୍ଷିଣ ପାର୍ଶ୍ୱର ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଥିବା ବେଳେ ଏବେ ଆଉ ୭ଟି ଖୋଲାଯାଇଛି। ପୂର୍ବାହ୍ନରେ ଆଉ ୭ଟି ଏବଂ ପର୍ଯ୍ୟାୟ କ୍ରମେ ମୋଟ ୨୦ଟି ଗେଟ୍ ଦେଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଉଛି।

ସେପଟେ ହୀରାକୁଦରୁ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଥିବାରୁ ୭ ଜିଲ୍ଲାକୁ ସତର୍କତା ଜାରି କରିଛନ୍ତି ଏସଆରସି। ବନ୍ୟାଜଳ ନିଷ୍କାସନ ହୋଇଥିବାରୁ ଲୋକଙ୍କୁ ସଚେତନ କରାଇବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହିତ ବନ୍ୟାଜଳ ଛାଡ଼ିଥିବାରୁ ମହାନଦୀକୁ ନଯିବାକୁ ସଚେତନ କରାଇବାକୁ ୭ ଜିଲ୍ଲାପଳଙ୍କୁ ପରାମର୍ଶ ଦେଇଛନ୍ତି ଏସଆରସି। ଏନେଇ ସମ୍ବଲପୁର, ସୋନପୁର, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କୁ ସତର୍କତା ଜାରି କରାଯାଇଛି।

Leave A Reply

Your email address will not be published.