ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଖୋଲିଲା ହୀରାକୁଦର ୨୦ଟି ଗେଟ୍

0

ଭୁବନେଶ୍ବର: ଖୋଲିଲା ହୀରାକୁଦ ଡ୍ୟାମ ଗେଟ୍। ଆଜି ହୀରାକୁଦରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯାଇଛି। ସକାଳ ୯ ଟାରେ ପ୍ରଥମେ ପରମ୍ପରା ମୁତାବକ ପୂଜାର୍ଚ୍ଚନା ପରେ ୭ଟି ଗେଟ୍ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଥିଲା। ପରେ ୧୪ ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ। ଆଜି ସକାଳେ ପ୍ରଥମ ପର୍ଯ୍ୟାୟରେ ୭ଟି ଗେଟ୍ ଖୋଲିଥିବା ବେଳେ ଏବେ ଦ୍ବିତୀୟ ପର୍ଯ୍ୟାୟରେ ହୀରାକୁଦର ଆଉ ୭ଟି ଗେଟ୍ ଖୋଲାଯାଇଛି। ତେବେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ।

ଏଥିପାଇଁ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ଡ୍ୟାମ୍‌ର ବାମ ପାର୍ଶ୍ୱର ୭ ନମ୍ବର ସ୍ଲୁଇସ ଗେଟ୍ ଖୋଲା ଯାଇଥିଲା। ପରେ ଆଉ ୬ଟି ଗେଟ୍ ଖୋଲା ଯାଇଥିଲା। ପ୍ରଥମେ ବାମ ପାଶ୍ୱର ୫ଟି ଓ ଦକ୍ଷିଣ ପାର୍ଶ୍ୱର ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଥିବା ବେଳେ ଏବେ ଆଉ ୭ଟି ଖୋଲାଯାଇଛି। ପୂର୍ବାହ୍ନରେ ଆଉ ୭ଟି ଏବଂ ପର୍ଯ୍ୟାୟ କ୍ରମେ ମୋଟ ୨୦ଟି ଗେଟ୍ ଦେଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଉଛି।

ସେପଟେ ହୀରାକୁଦରୁ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଥିବାରୁ ୭ ଜିଲ୍ଲାକୁ ସତର୍କତା ଜାରି କରିଛନ୍ତି ଏସଆରସି। ବନ୍ୟାଜଳ ନିଷ୍କାସନ ହୋଇଥିବାରୁ ଲୋକଙ୍କୁ ସଚେତନ କରାଇବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହିତ ବନ୍ୟାଜଳ ଛାଡ଼ିଥିବାରୁ ମହାନଦୀକୁ ନଯିବାକୁ ସଚେତନ କରାଇବାକୁ ୭ ଜିଲ୍ଲାପଳଙ୍କୁ ପରାମର୍ଶ ଦେଇଛନ୍ତି ଏସଆରସି। ଏନେଇ ସମ୍ବଲପୁର, ସୋନପୁର, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କୁ ସତର୍କତା ଜାରି କରାଯାଇଛି।

Leave A Reply

Your email address will not be published.