ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ସିଏମଓ ଅଫିସରମାନଙ୍କୁ ବିଭିନ୍ନ ବିଭାଗ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

0


ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଫିସରମାନଙ୍କୁ ବିଭିନ୍ନ ବିଭାଗ ବାଣ୍ଟିଛନ୍ତି। ବିଭିନ୍ନ ବିଭାଗ ଉପରେ ନଜର ରଖିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ଟିକିଏ ଭୁଲ ହେଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ । ଏଥିପାଇଁ ବିଭିନ୍ନ ବିଭାଗ ଉପରେ ରିପୋର୍ଟ କରିବା ପାଇଁ ୬ ଅଧିକାରୀଙ୍କ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର ।
ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଗୃହ, ଅର୍ଥ, ସାଧାରଣ ପ୍ରଶାସନ, ଶିଳ୍ପ, ଆଇନ, ଯୋଜନା ଓ ସଂଯୋଜନ ଏବଂ ପର୍ଯ୍ୟଟନ ବିଭାଗର ଦାୟିତ୍ୱ ଦିଆଯାଇଛି। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଅନୁପମ ଶାହଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ, ସୂଚନା ଓ ଲୋକସମ୍ପର୍କ, ଏମଏସଏମଇ, ଆଇଟି, ଅନୁସୂଚିତ ଜାତି ଓ ଜନଜାତି, ସ୍କୁଲ ଓ ଗଣଶିକ୍ଷା , ଉଚ୍ଚଶିକ୍ଷା, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, କ୍ରୀଡା ଓ ଯୁବବ୍ୟାପାର ବିଭାଗର ଦାୟିତ୍ୱ ମିଳିଛି।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ, ବାଣିଜ୍ୟ ଓ ପରିବହନ, ଶକ୍ତି, ଇସ୍ପାତ ଓ ଖଣି, ଓ ଭାଷା ସାହିତ୍ୟ ଓ ସଂସ୍କୃତି, ଜଳସମ୍ପଦ, ଜଙ୍ଗଲ ଓ ପରିବେଶ, ପୂର୍ତ୍ତ, ହସ୍ତତନ୍ତ ଓ ବୟନଶିଳ୍ପ ଏବଂ ସାଧାରଣ ଉଦ୍ୟୋଗ ବିଭାଗର ଦାୟିତ୍ୱ ଦିଆଯାଇଛି । ସେହିପରି ଅବସରପ୍ରାପ୍ତ ବରିଷ୍ଠ ଓଏଏସ ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ ଦାୟିତ୍ୱ ମିଳିଥିବା ବେଳେ ବରିଷ୍ଠ ଓଏଏସ ଚିତ୍ରସେନ ରାଉତଙ୍କୁ କୃଷି ଓ କୃଷକ କଲ୍ୟାଣ, ମତ୍ସ୍ୟ ଓ ପଶୁସମ୍ପଦ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ ମିଳିଛି।

Leave A Reply

Your email address will not be published.