ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ସିଏମଓ ଅଫିସରମାନଙ୍କୁ ବିଭିନ୍ନ ବିଭାଗ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

0


ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଫିସରମାନଙ୍କୁ ବିଭିନ୍ନ ବିଭାଗ ବାଣ୍ଟିଛନ୍ତି। ବିଭିନ୍ନ ବିଭାଗ ଉପରେ ନଜର ରଖିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ଟିକିଏ ଭୁଲ ହେଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ । ଏଥିପାଇଁ ବିଭିନ୍ନ ବିଭାଗ ଉପରେ ରିପୋର୍ଟ କରିବା ପାଇଁ ୬ ଅଧିକାରୀଙ୍କ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର ।
ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଗୃହ, ଅର୍ଥ, ସାଧାରଣ ପ୍ରଶାସନ, ଶିଳ୍ପ, ଆଇନ, ଯୋଜନା ଓ ସଂଯୋଜନ ଏବଂ ପର୍ଯ୍ୟଟନ ବିଭାଗର ଦାୟିତ୍ୱ ଦିଆଯାଇଛି। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଅନୁପମ ଶାହଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ, ସୂଚନା ଓ ଲୋକସମ୍ପର୍କ, ଏମଏସଏମଇ, ଆଇଟି, ଅନୁସୂଚିତ ଜାତି ଓ ଜନଜାତି, ସ୍କୁଲ ଓ ଗଣଶିକ୍ଷା , ଉଚ୍ଚଶିକ୍ଷା, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, କ୍ରୀଡା ଓ ଯୁବବ୍ୟାପାର ବିଭାଗର ଦାୟିତ୍ୱ ମିଳିଛି।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ, ବାଣିଜ୍ୟ ଓ ପରିବହନ, ଶକ୍ତି, ଇସ୍ପାତ ଓ ଖଣି, ଓ ଭାଷା ସାହିତ୍ୟ ଓ ସଂସ୍କୃତି, ଜଳସମ୍ପଦ, ଜଙ୍ଗଲ ଓ ପରିବେଶ, ପୂର୍ତ୍ତ, ହସ୍ତତନ୍ତ ଓ ବୟନଶିଳ୍ପ ଏବଂ ସାଧାରଣ ଉଦ୍ୟୋଗ ବିଭାଗର ଦାୟିତ୍ୱ ଦିଆଯାଇଛି । ସେହିପରି ଅବସରପ୍ରାପ୍ତ ବରିଷ୍ଠ ଓଏଏସ ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ ଦାୟିତ୍ୱ ମିଳିଥିବା ବେଳେ ବରିଷ୍ଠ ଓଏଏସ ଚିତ୍ରସେନ ରାଉତଙ୍କୁ କୃଷି ଓ କୃଷକ କଲ୍ୟାଣ, ମତ୍ସ୍ୟ ଓ ପଶୁସମ୍ପଦ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ ମିଳିଛି।

Leave A Reply

Your email address will not be published.