ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ହେମନ୍ତ ସୋରେନଙ୍କୁ ମିଳିଲା ଆଶ୍ୱସ୍ତି

0

ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ହେମନ୍ତ ସୋରେନଙ୍କ ଜାମିନ ଆଦେଶରେ ହସ୍ତକ୍ଷେପ କରିବାକୁ ମନା କରି ସୁପ୍ରିମକୋର୍ଟ ଇଡିଙ୍କ ଆବେଦନ ଶୁଣିବାକୁ ମନା କରି ଦେଇଛନ୍ତି। ହାଇକୋର୍ଟଙ୍କ ଦ୍ୱାରା ହେମନ୍ତ ସୋରେନଙ୍କୁ ଦିଆଯାଇଥିବା ଜାମିନ ବିରୋଧରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ର ଆବେଦନକୁ ସର୍ବୋଚ୍ଚ ଅଦାଲତ ପ୍ରତ୍ୟାଖ୍ୟାନ କରିଛନ୍ତି।

ଝାଡ଼ଖଣ୍ଡ ହାଇକୋର୍ଟଙ୍କ ଜାମିନ ଆଦେଶ ବିରୋଧରେ ଇଡି ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। ସୁପ୍ରିମକୋର୍ଟ କହିଛନ୍ତି, ହାଇକୋର୍ଟଙ୍କ ଆଦେଶ ଏକ ଭଲ ନିଷ୍ପତ୍ତି। ଜଜ ଏକ ଯୁକ୍ତିଯୁକ୍ତ ରାୟ ଦେଇଛନ୍ତି। ଆମେ ଏଥିରେ ହସ୍ତକ୍ଷେପ କରିବାକୁ ଆଗ୍ରହୀ ନୁହଁ। ତେବେ ହାଇକୋର୍ଟଙ୍କ ମନ୍ତବ୍ୟର ଶୁଣାଣି ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ।

ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ଯଥା ଜେଏମଏମ ନେତା ସୋରେନଙ୍କୁ ଜାନୁଆରୀ ୩୧ରେ ଜମି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ କରାଯାଇଥିଲା। ଗିରଫ ପୂର୍ବରୁ ମଧ୍ୟ ହେମନ୍ତ ସୋରେନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ହାଇକୋର୍ଟରୁ ଜାମିନ ପାଇବା ପରେ ସୋରେନ ଜୁଲାଇ ୪ରେ ପୁଣିଥରେ ସିଏମ ଭାବରେ ଶପଥ ଗ୍ରହଣ କରିଥିଲେ।

Leave A Reply

Your email address will not be published.