ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ହେମନ୍ତ ସୋରେନଙ୍କୁ ମିଳିଲା ଆଶ୍ୱସ୍ତି

0

ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ହେମନ୍ତ ସୋରେନଙ୍କ ଜାମିନ ଆଦେଶରେ ହସ୍ତକ୍ଷେପ କରିବାକୁ ମନା କରି ସୁପ୍ରିମକୋର୍ଟ ଇଡିଙ୍କ ଆବେଦନ ଶୁଣିବାକୁ ମନା କରି ଦେଇଛନ୍ତି। ହାଇକୋର୍ଟଙ୍କ ଦ୍ୱାରା ହେମନ୍ତ ସୋରେନଙ୍କୁ ଦିଆଯାଇଥିବା ଜାମିନ ବିରୋଧରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ର ଆବେଦନକୁ ସର୍ବୋଚ୍ଚ ଅଦାଲତ ପ୍ରତ୍ୟାଖ୍ୟାନ କରିଛନ୍ତି।

ଝାଡ଼ଖଣ୍ଡ ହାଇକୋର୍ଟଙ୍କ ଜାମିନ ଆଦେଶ ବିରୋଧରେ ଇଡି ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। ସୁପ୍ରିମକୋର୍ଟ କହିଛନ୍ତି, ହାଇକୋର୍ଟଙ୍କ ଆଦେଶ ଏକ ଭଲ ନିଷ୍ପତ୍ତି। ଜଜ ଏକ ଯୁକ୍ତିଯୁକ୍ତ ରାୟ ଦେଇଛନ୍ତି। ଆମେ ଏଥିରେ ହସ୍ତକ୍ଷେପ କରିବାକୁ ଆଗ୍ରହୀ ନୁହଁ। ତେବେ ହାଇକୋର୍ଟଙ୍କ ମନ୍ତବ୍ୟର ଶୁଣାଣି ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ।

ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ଯଥା ଜେଏମଏମ ନେତା ସୋରେନଙ୍କୁ ଜାନୁଆରୀ ୩୧ରେ ଜମି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ କରାଯାଇଥିଲା। ଗିରଫ ପୂର୍ବରୁ ମଧ୍ୟ ହେମନ୍ତ ସୋରେନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ହାଇକୋର୍ଟରୁ ଜାମିନ ପାଇବା ପରେ ସୋରେନ ଜୁଲାଇ ୪ରେ ପୁଣିଥରେ ସିଏମ ଭାବରେ ଶପଥ ଗ୍ରହଣ କରିଥିଲେ।

Leave A Reply

Your email address will not be published.