ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଫେରିଯାଇଛି ୬ ଲକ୍ଷ ୫୬ ହଜାର ୯୪୫ ପକ୍କା ଘର

0

ଭୁବନେଶ୍ୱର: ୨୦୧୬ ରୁ ୨୦୨୪ ମଧ୍ୟରେ ଫେରିଯାଇଛି ୬ ଲକ୍ଷ ୫୬ ହଜାର ୯୪୫ ପକ୍କା ଘର। ତତ୍କାଳୀନ ସରକାର ଯୋଗ୍ୟ ହିତାଧିକାରୀଙ୍କ ତାଲିକା ନଦେଇ ପାରିବାରୁ ପକ୍କା ଘର ଫେରିଯାଇଛି। ବିଧାନସଭାରେ ଉତ୍ତର ରଖିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ।

ବିଜେପି ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ମନ୍ତ୍ରୀ କହିଛନ୍ତି ଯେ, ୨୦୧୪ ରୁ ବର୍ତ୍ତମାନ ସୁଦ୍ଧା ୩୬ ଲକ୍ଷ ୫୭ ହଜାର ୮୪୭ ପକ୍କା ଘର ନିର୍ମାଣ ଶେଷ ହୋଇଥିବା ବେଳେ ୫ ଲକ୍ଷ ୨୭ ହଜାର ୬୦୪ ଗୃହ ନିର୍ମାଣଧୀନ ରହିଛି। ଏହା ବାଦ୍ ମଞ୍ଜୁର ହୋଇଥିବା ୩୨ ହଜାର ୯୧୩ ପକ୍କା ଘର କାର୍ଯ୍ୟ ଆରମ୍ଭ ହୋଇପାରି ନାହିଁ। ବର୍ତ୍ତମାନ ସୁଦ୍ଧା ଓଡ଼ିଶାକୁ ୪୨ ଲକ୍ଷ ୧୮ ହଜାର ୩୬୪ ପକ୍କା ଘର ଯୋଗାଇ ଦେଇଛନ୍ତି କେନ୍ଦ୍ର ସରକାର। ଏବେବି ୧ ଲକ୍ଷ ୨୬ ହଜାର ୭୧୯ ପରିବାର ଆବାସ ପାଇଁ ଆବେଦନ କରି ଅପେକ୍ଷାରେ ଅଛନ୍ତି।

Leave A Reply

Your email address will not be published.