ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଫେରିଯାଇଛି ୬ ଲକ୍ଷ ୫୬ ହଜାର ୯୪୫ ପକ୍କା ଘର

0

ଭୁବନେଶ୍ୱର: ୨୦୧୬ ରୁ ୨୦୨୪ ମଧ୍ୟରେ ଫେରିଯାଇଛି ୬ ଲକ୍ଷ ୫୬ ହଜାର ୯୪୫ ପକ୍କା ଘର। ତତ୍କାଳୀନ ସରକାର ଯୋଗ୍ୟ ହିତାଧିକାରୀଙ୍କ ତାଲିକା ନଦେଇ ପାରିବାରୁ ପକ୍କା ଘର ଫେରିଯାଇଛି। ବିଧାନସଭାରେ ଉତ୍ତର ରଖିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ।

ବିଜେପି ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ମନ୍ତ୍ରୀ କହିଛନ୍ତି ଯେ, ୨୦୧୪ ରୁ ବର୍ତ୍ତମାନ ସୁଦ୍ଧା ୩୬ ଲକ୍ଷ ୫୭ ହଜାର ୮୪୭ ପକ୍କା ଘର ନିର୍ମାଣ ଶେଷ ହୋଇଥିବା ବେଳେ ୫ ଲକ୍ଷ ୨୭ ହଜାର ୬୦୪ ଗୃହ ନିର୍ମାଣଧୀନ ରହିଛି। ଏହା ବାଦ୍ ମଞ୍ଜୁର ହୋଇଥିବା ୩୨ ହଜାର ୯୧୩ ପକ୍କା ଘର କାର୍ଯ୍ୟ ଆରମ୍ଭ ହୋଇପାରି ନାହିଁ। ବର୍ତ୍ତମାନ ସୁଦ୍ଧା ଓଡ଼ିଶାକୁ ୪୨ ଲକ୍ଷ ୧୮ ହଜାର ୩୬୪ ପକ୍କା ଘର ଯୋଗାଇ ଦେଇଛନ୍ତି କେନ୍ଦ୍ର ସରକାର। ଏବେବି ୧ ଲକ୍ଷ ୨୬ ହଜାର ୭୧୯ ପରିବାର ଆବାସ ପାଇଁ ଆବେଦନ କରି ଅପେକ୍ଷାରେ ଅଛନ୍ତି।

Leave A Reply

Your email address will not be published.