ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଇତିହାସ ରଚିଲେ ମନୁ ଭାକର

0

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଶୁଟର ମନୁ ଭାକର। ମନୁ ଭାକର ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ରେ ଦ୍ୱିତୀୟ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ଏଥର ମନୁ ୧୦ମିଟର ଏୟାର ପିସ୍ତଲ ମିଶ୍ରିତ ଇଭେଣ୍ଟରେ ବ୍ରୋଞ୍ଜ ଜିତିଛନ୍ତି। ଏହି ଇଭେଣ୍ଟରେ ମନୁଙ୍କ ସହ ସରବଜୋତ ସିଂଙ୍କୁ ତାଙ୍କ ଦଳରେ ସାମିଲ କରାଯାଇଥିଲା। ସ୍ବାଧୀନତା ପରେ ମନୁ ଗୋଟିଏ ଅଲିମ୍ପିକ୍ସରେ ଦୁଇଟି ପଦକ ଜିତିଥିବା ପ୍ରଥମ ଭାରତୀୟ ଆଥଲେଟ ହୋଇଛନ୍ତି। ଏହାପୂର୍ବରୁ ମନୁ ଭାକର ୧୦ ମିଟର ଏୟାର ପିସ୍ତଲର ଏକକ ଇଭେଣ୍ଟରେ ବ୍ରୋଞ୍ଜ ଜିତିଥିଲେ।ଅଲିମ୍ପିକ୍ସର ଗୋଟିଏ ଇଭେଣ୍ଟରେରେ ଦୁଇଟି ପଦକ ଜିତିବାରେ ସେ ହେଉଛନ୍ତି ସ୍ୱାଧୀନ ଭାରତର ପ୍ରଥମ ଆଥ୍‌ଲେଟ୍।

୧୦ମିଟର ଏୟାର ପିସ୍ତଲ ମିଶ୍ରିତ ଦଳ ଇଭେଣ୍ଟରେ ମୁନ ଭାକର ଏବଂ ସରବଜୋତ ସିଂଙ୍କ ଯୋଡି ବ୍ରୋଞ୍ଜ ପଦକ ପାଇଁ କୋରିଆର ୱୋନୋହ ଏବଂ ଓ ଓହୋ ୟେ ଜିନଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଭାରତୀୟ ଯୋଡି ୧୬-୧୦ ସ୍କୋର ସହିତ ଏହି ମ୍ୟାଚ ଜିତିଥିଲେ।

Leave A Reply

Your email address will not be published.