ପ୍ରମୁଖ ଖବର

ପ୍ରେସର ବୋମା ବିସ୍ଫୋରଣରେ ଯବାନ ସହିଦ
କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ
ଇସ୍ରାଏଲରେ ଚାକିରି ଦେବା ନାଁରେ ଠକେଇ, ନକଲି ସାକ୍ଷାତକାର ବେଳେ ୩ ଗିରଫ
ସମ୍ବଲପୁରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
ଝାଡ଼ଖଣ୍ଡରେ ପୋଲିସ ଏନକାଉଣ୍ଟର, ୮ ନକ୍ସଲ ନିପାତ
ସରକାରଙ୍କୁ ଡାକ୍ତରଙ୍କ ଚେତାବନୀ; ୭ ଦଫା ଦାବି ପୂରଣ ନହେଲେ ସମୂହ ଇସ୍ତଫା

ଇତିହାସ ରଚିଲେ ମନୁ ଭାକର

0

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଶୁଟର ମନୁ ଭାକର। ମନୁ ଭାକର ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ରେ ଦ୍ୱିତୀୟ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ଏଥର ମନୁ ୧୦ମିଟର ଏୟାର ପିସ୍ତଲ ମିଶ୍ରିତ ଇଭେଣ୍ଟରେ ବ୍ରୋଞ୍ଜ ଜିତିଛନ୍ତି। ଏହି ଇଭେଣ୍ଟରେ ମନୁଙ୍କ ସହ ସରବଜୋତ ସିଂଙ୍କୁ ତାଙ୍କ ଦଳରେ ସାମିଲ କରାଯାଇଥିଲା। ସ୍ବାଧୀନତା ପରେ ମନୁ ଗୋଟିଏ ଅଲିମ୍ପିକ୍ସରେ ଦୁଇଟି ପଦକ ଜିତିଥିବା ପ୍ରଥମ ଭାରତୀୟ ଆଥଲେଟ ହୋଇଛନ୍ତି। ଏହାପୂର୍ବରୁ ମନୁ ଭାକର ୧୦ ମିଟର ଏୟାର ପିସ୍ତଲର ଏକକ ଇଭେଣ୍ଟରେ ବ୍ରୋଞ୍ଜ ଜିତିଥିଲେ।ଅଲିମ୍ପିକ୍ସର ଗୋଟିଏ ଇଭେଣ୍ଟରେରେ ଦୁଇଟି ପଦକ ଜିତିବାରେ ସେ ହେଉଛନ୍ତି ସ୍ୱାଧୀନ ଭାରତର ପ୍ରଥମ ଆଥ୍‌ଲେଟ୍।

୧୦ମିଟର ଏୟାର ପିସ୍ତଲ ମିଶ୍ରିତ ଦଳ ଇଭେଣ୍ଟରେ ମୁନ ଭାକର ଏବଂ ସରବଜୋତ ସିଂଙ୍କ ଯୋଡି ବ୍ରୋଞ୍ଜ ପଦକ ପାଇଁ କୋରିଆର ୱୋନୋହ ଏବଂ ଓ ଓହୋ ୟେ ଜିନଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଭାରତୀୟ ଯୋଡି ୧୬-୧୦ ସ୍କୋର ସହିତ ଏହି ମ୍ୟାଚ ଜିତିଥିଲେ।

Leave A Reply

Your email address will not be published.