ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଇସ୍ତଫା ଦେଲେ ବିଜେଡି ରାଜ୍ୟସଭା ସାଂସଦ ମମତା ମହନ୍ତ

0

ଭୁବନେଶ୍ବର: ଇସ୍ତଫା ଦେଲେ ବିଜେଡି ରାଜ୍ୟସଭା ସାଂସଦ ମମତା ମହନ୍ତ। କାର୍ଯ୍ୟକାଳ ଶେଷ ପୂର୍ବରୁ ଇସ୍ତଫା ଦେଇଛନ୍ତି ମମତା। ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ପଠାଇଛନ୍ତି।

ଏପ୍ରିଲ ୨୦୨୦ରେ ରାଜ୍ୟସଭା ଯାଇଥିଲେ ମମତା। କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ଆଜି ମମତା ଇସ୍ତାଫା ଦେଇଛନ୍ତି। କୁଡୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା। ମମତାଙ୍କ ଇସ୍ତଫା ନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ସୂଚନା। ସେପଟେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଏଭଳି ଅଚାନକ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ତାଙ୍କ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ କାହିଁକି ଇସ୍ତଫା ଦେଲେ ? ତାଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ? ତାକୁ ନେଇ ଏବେ ଉତ୍କଣ୍ଠା ବଢିବାରେ ଲାଗିଛି। ସେପଟେ ଇସ୍ତଫା ଦେବା ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ମମତା।

ମମତା ରାଜ୍ୟ ସଭାରୁ ଇସ୍ତଫା ଦେବା ସହିତ ବିଜୁ ଜନତା ଦଳରୁ ମଧ୍ୟ ସେ ଇସ୍ତଫା ଦେଇଛନ୍ତି। ବିଜେଡିରୁ ଇସ୍ତଫା ଦେଇଥିବା ନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ନିଜର ଇସ୍ତଫା ପତ୍ରରେ ସେ କହିଛନ୍ତି, ”ମୁଁ ଆଜି ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି। ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ଇସ୍ତଫା ପତ୍ର ପଠାଇ ଦେଇଛି। ମୋତେ ଜିଲା ପରିଷଦର ସଦସ୍ୟ ଓ ରାଜ୍ୟ ସଭାର ସଦସ୍ୟ ଭାବେ ସେ ମନୋନୀତ କରି ମୋର ଜିଲା ମୟୂରଭଞ୍ଜ ଓ ରାଜ୍ୟର ସେବା କରିବା ପାଇଁ ସୁଯୋଗ ଦେଇଥିଲେ। ଆଜି ମୋର ସେବାର ଆବଶ୍ୟକତା ସେ ଦଳ ଅନୁଭବ କରୁନାହିଁ। ମୁଁ ଯେହେତୁ ଲୋକଙ୍କ ନେତା ଏବଂ ସେମାନଙ୍କ ସେବା ହିଁ ମୋର ମୁଖ୍ୟ ଧ୍ୟେୟ, ସେଥିପାଇଁ ମୁଁ ସେ ଦଳରେ ରହିବାର ଆବଶ୍ୟକତା ଅନୁଭବ କଲି ନାହିଁ । ସେଥିପାଇଁ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ଏବଂ ରାଜ୍ୟ ସଭା ସଭ୍ୟ ପଦରୁ ଇସ୍ତଫା ଦେଲି।”

୨୦୨୦ ମସିହାରେ ଓଡ଼ିଶାରେ ୪ ଗୋଟି ରାଜ୍ୟ ସଭା ଆସନ ପାଇଁ ହୋଇଥିବା ନିର୍ବାଚନରେ ସେ ଚାରିଜଣ ପ୍ରାର୍ଥୀଙ୍କ ମଧ୍ୟରୁ ରଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ। ରାଜନୀତିର ଆରମ୍ଭରୁ ମମତା ତୃଣମୂଳ ସ୍ତରରେ କାର୍ଯ୍ୟ କରିବା ଆରମ୍ଭ କରି ୨୦୧୨ ମସିହାରେ ବିଶୋଇ ବ୍ଲକ୍‌ର ୩୪ ନମ୍ବର ଜୋନ୍‌ରୁ ଜିଲା ପରିଷଦ ସଦସ୍ୟା ଭାବେ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ତାଙ୍କୁ ମହିଳା ମୋର୍ଚ୍ଚା ସଭାପତି କରାଯାଇଥିଲା ।

Leave A Reply

Your email address will not be published.