ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ଆସନ୍ତା ୩ ଦିନ ଯାଏଁ ବର୍ଷା ସମ୍ଭାବନା

0

ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ମୌସୁମୀ ଟ୍ରଫ୍ ଏବେ ସ୍ଵାଭାବିକ ସ୍ଥିତି ରେ ରହିଛି ଆସନ୍ତା ୪-୫ ଦିନ ମଧ୍ୟରେ ଏହା କ୍ରମଶଃ ଉତ୍ତର ଆଡ଼କୁ ଅଗ୍ରସର ହେବ।

ଆସନ୍ତା ୩ ଦିନ ଯାଏଁ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ ଉତ୍ତର ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶା ରେ ବର୍ଷା ର ପ୍ରଭାବ ଅଧିକ ରହିବ। ବିଶେଷ କରି ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ବରଗଡ଼, ସମ୍ୱଲପୁର, ଦେବଗଡ଼, କେଉଁଝର, ଅନୁଗୁଳ, ଢ଼େଙ୍କାନାଳ, ସୋନପୁର, ବୌଦ୍ଧ, ବଲାଙ୍ଗୀର , ନୂଆପଡ଼ା ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ (୧୨-୨୦ସେମି ) ବର୍ଷା ସମ୍ଭାବନା ରହିଛି।

ସେହିପରି ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଜଗତସିଂହପୁର, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ପୁରୀ, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲା ରେ ଅଳ୍ପ ରୁ ମଧ୍ୟମ ଓ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ମହାନଦୀ ଉପରମୁଣ୍ଡ ଅଞ୍ଚଳ ରେ ଆସନ୍ତା ୩ ଦିନ ଯାଏଁ ମଧ୍ୟମ ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.