ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଆସନ୍ତା ୩ ଦିନ ଯାଏଁ ବର୍ଷା ସମ୍ଭାବନା

0

ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ମୌସୁମୀ ଟ୍ରଫ୍ ଏବେ ସ୍ଵାଭାବିକ ସ୍ଥିତି ରେ ରହିଛି ଆସନ୍ତା ୪-୫ ଦିନ ମଧ୍ୟରେ ଏହା କ୍ରମଶଃ ଉତ୍ତର ଆଡ଼କୁ ଅଗ୍ରସର ହେବ।

ଆସନ୍ତା ୩ ଦିନ ଯାଏଁ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ ଉତ୍ତର ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶା ରେ ବର୍ଷା ର ପ୍ରଭାବ ଅଧିକ ରହିବ। ବିଶେଷ କରି ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ବରଗଡ଼, ସମ୍ୱଲପୁର, ଦେବଗଡ଼, କେଉଁଝର, ଅନୁଗୁଳ, ଢ଼େଙ୍କାନାଳ, ସୋନପୁର, ବୌଦ୍ଧ, ବଲାଙ୍ଗୀର , ନୂଆପଡ଼ା ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ (୧୨-୨୦ସେମି ) ବର୍ଷା ସମ୍ଭାବନା ରହିଛି।

ସେହିପରି ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଜଗତସିଂହପୁର, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ପୁରୀ, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲା ରେ ଅଳ୍ପ ରୁ ମଧ୍ୟମ ଓ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ମହାନଦୀ ଉପରମୁଣ୍ଡ ଅଞ୍ଚଳ ରେ ଆସନ୍ତା ୩ ଦିନ ଯାଏଁ ମଧ୍ୟମ ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.