ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ମୃତ

0

କେରଳ: କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତ୍ୟୁ ହୋଇଛି। ଡାକ୍ତର ବିଷ୍ଣୁ ପ୍ରସାଦଙ୍କ ମୃତଦେହ ମିଳିଥିବା ନେଇ ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। କେରଳ ଓ୍ବାୟନାଡରେ ହୋଇଥିବା ଭୂସ୍ଖଳନରେ ଏପର୍ଯ୍ୟନ୍ତ ୧୫୮ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମଙ୍ଗଳବାର ୨ ଓଡ଼ିଆ ପୁଅ ନିଖୋଜ ହୋଇଯାଇଥିଲେ। ତନ୍ମଧ୍ୟରୁ ଜଣଙ୍କ ମୃତଦେହ ମିଳିଛି, ମିଳିଥିବା ମୃତ ଦେହ ଡାକ୍ତର ବିଷ୍ଣୁ ପ୍ରସାଦଙ୍କର ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମୃତଦେହ ପୁନଃ ଚିହ୍ନଟ ପରେ ଓଡ଼ିଶା ଆଣିବାକୁ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସେ ଆହୁରି କହିଛନ୍ତି, ମୃତଦେହ ଚିହ୍ନଟ ପାଇଁ ୨ ଅଧିକାରୀଙ୍କୁ କେରଳ ପଠାଯାଇଥିଲା। ବିଷ୍ଣୁଙ୍କ ମୃତ୍ୟୁ ନେଇ ପରିବାର ପକ୍ଷରୁ କୌଣସି ସୂଚନା ମିଳିନାହିଁ। ଅନ୍ୟ ଜଣେ ନିଖୋଜ ଡାକ୍ତର ସ୍ବାଧୀନ ପଣ୍ଡାଙ୍କ ଏଯାଏଁ ପତ୍ତା ମିଳିନି।

ସୂଚନାଥାଉ କି, କେରଳର ଓ୍ବାଏନାଡରେ ହୋଇଥିବା ଭୟଙ୍କର ଭୂସ୍ଖଳନରେ ୨ ଓଡ଼ିଆ ଡାକ୍ତର ନିଖୋଜ ଥିଲେି। ୨ ଡାକ୍ତରଙ୍କ ଉଦ୍ଧାର ପାଇଁ ଅପରେସନ ଜାରି ରହିଥିଲା। ୨ ଓଡ଼ିଆ ଡାକ୍ତର ଓ ସେମାନଙ୍କ ସ୍ତ୍ରୀ କେରଳ ବୁଲିବାକୁ ଯାଇଥିଲେ। ହେଲେ ସେଠାରେ ଘଟିଥିବା ଭୂସ୍ଖଳନରେ ଡାକ୍ତର ଦ୍ୱୟ ନିଖୋଜ ହୋଇଯାଇଥିବାବେଳେ ସେମାନଙ୍କ ସ୍ତ୍ରୀ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ନିଖୋଜ ଡାକ୍ତରଙ୍କୁ ଉଦ୍ଧାର କରିବା ପାଇଁ ପରିବାର ଲୋକେ ରାଜ୍ୟ ସରକାରଙ୍କୁ ନିବେଦନ କରିଥିଲେ। କଟକ ଜିଲା ଚୌଦ୍ୱାରସ୍ଥିତ ହାଉସିଂ ବୋର୍ଡ ଅଞ୍ଚଳରେ ରହୁଥିବା ହାଇଟେକ ମେଡିକାଲର ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରା, ସ୍ତ୍ରୀ ତଥା ଡ୍ରିମ୍ସ କଲେଜ ଅଧ୍ୟାପିକା ପ୍ରିୟଦର୍ଶିନୀ, ଡା.ସ୍ବାଧୀନ ପଣ୍ଡା ଓ ତାଙ୍କ ସ୍ତ୍ରୀ ସ୍ବୀକୃତି ମହାପାତ୍ର ଗତ ୨୬ ତାରିଖରେ ବେଙ୍ଗାଲୁରୁ ଏବଂ କେରଳ ବୁଲିବାକୁ ଯାଇଥିଲେ। କେରଳର ୱାୟନାଡର ଲିନରା ଭିଲ୍ଲାରେ ରାତ୍ରିଯାପନ କରିଥିଲେ। ସୋମବାର ରାତି ପ୍ରାୟ ୨ଟାରେ ଭୂସ୍ଖଳନ ସହ ମାଟି ମିଶା ପାଣି ଜନବସତି ଅଞ୍ଚଳକୁ ମାଡ଼ି ଆସିଥିଲା।

Leave A Reply

Your email address will not be published.