ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ମୃତ

0

କେରଳ: କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତ୍ୟୁ ହୋଇଛି। ଡାକ୍ତର ବିଷ୍ଣୁ ପ୍ରସାଦଙ୍କ ମୃତଦେହ ମିଳିଥିବା ନେଇ ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। କେରଳ ଓ୍ବାୟନାଡରେ ହୋଇଥିବା ଭୂସ୍ଖଳନରେ ଏପର୍ଯ୍ୟନ୍ତ ୧୫୮ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମଙ୍ଗଳବାର ୨ ଓଡ଼ିଆ ପୁଅ ନିଖୋଜ ହୋଇଯାଇଥିଲେ। ତନ୍ମଧ୍ୟରୁ ଜଣଙ୍କ ମୃତଦେହ ମିଳିଛି, ମିଳିଥିବା ମୃତ ଦେହ ଡାକ୍ତର ବିଷ୍ଣୁ ପ୍ରସାଦଙ୍କର ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମୃତଦେହ ପୁନଃ ଚିହ୍ନଟ ପରେ ଓଡ଼ିଶା ଆଣିବାକୁ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସେ ଆହୁରି କହିଛନ୍ତି, ମୃତଦେହ ଚିହ୍ନଟ ପାଇଁ ୨ ଅଧିକାରୀଙ୍କୁ କେରଳ ପଠାଯାଇଥିଲା। ବିଷ୍ଣୁଙ୍କ ମୃତ୍ୟୁ ନେଇ ପରିବାର ପକ୍ଷରୁ କୌଣସି ସୂଚନା ମିଳିନାହିଁ। ଅନ୍ୟ ଜଣେ ନିଖୋଜ ଡାକ୍ତର ସ୍ବାଧୀନ ପଣ୍ଡାଙ୍କ ଏଯାଏଁ ପତ୍ତା ମିଳିନି।

ସୂଚନାଥାଉ କି, କେରଳର ଓ୍ବାଏନାଡରେ ହୋଇଥିବା ଭୟଙ୍କର ଭୂସ୍ଖଳନରେ ୨ ଓଡ଼ିଆ ଡାକ୍ତର ନିଖୋଜ ଥିଲେି। ୨ ଡାକ୍ତରଙ୍କ ଉଦ୍ଧାର ପାଇଁ ଅପରେସନ ଜାରି ରହିଥିଲା। ୨ ଓଡ଼ିଆ ଡାକ୍ତର ଓ ସେମାନଙ୍କ ସ୍ତ୍ରୀ କେରଳ ବୁଲିବାକୁ ଯାଇଥିଲେ। ହେଲେ ସେଠାରେ ଘଟିଥିବା ଭୂସ୍ଖଳନରେ ଡାକ୍ତର ଦ୍ୱୟ ନିଖୋଜ ହୋଇଯାଇଥିବାବେଳେ ସେମାନଙ୍କ ସ୍ତ୍ରୀ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ନିଖୋଜ ଡାକ୍ତରଙ୍କୁ ଉଦ୍ଧାର କରିବା ପାଇଁ ପରିବାର ଲୋକେ ରାଜ୍ୟ ସରକାରଙ୍କୁ ନିବେଦନ କରିଥିଲେ। କଟକ ଜିଲା ଚୌଦ୍ୱାରସ୍ଥିତ ହାଉସିଂ ବୋର୍ଡ ଅଞ୍ଚଳରେ ରହୁଥିବା ହାଇଟେକ ମେଡିକାଲର ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରା, ସ୍ତ୍ରୀ ତଥା ଡ୍ରିମ୍ସ କଲେଜ ଅଧ୍ୟାପିକା ପ୍ରିୟଦର୍ଶିନୀ, ଡା.ସ୍ବାଧୀନ ପଣ୍ଡା ଓ ତାଙ୍କ ସ୍ତ୍ରୀ ସ୍ବୀକୃତି ମହାପାତ୍ର ଗତ ୨୬ ତାରିଖରେ ବେଙ୍ଗାଲୁରୁ ଏବଂ କେରଳ ବୁଲିବାକୁ ଯାଇଥିଲେ। କେରଳର ୱାୟନାଡର ଲିନରା ଭିଲ୍ଲାରେ ରାତ୍ରିଯାପନ କରିଥିଲେ। ସୋମବାର ରାତି ପ୍ରାୟ ୨ଟାରେ ଭୂସ୍ଖଳନ ସହ ମାଟି ମିଶା ପାଣି ଜନବସତି ଅଞ୍ଚଳକୁ ମାଡ଼ି ଆସିଥିଲା।

Leave A Reply

Your email address will not be published.