ପ୍ରମୁଖ ଖବର

ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌
ପୋଷ୍ଟ-ଗ୍ରାଜୁଏଟ୍‌ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍‌, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା

ବାଦଲ ଫଟା ବର୍ଷାରେ ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ୧୩ ମୃତ

0

ଉତ୍ତରାଖଣ୍ଡ: କେରଳ ଓ୍ବାୟନାଡ ପରେ ଏବେ ଉତ୍ତର ଭାରତରେ ପ୍ରକୃତି ତାର ତାଣ୍ଡବ ରଚିଛି। ମଣିଷ ପାଇଁ ଦାଉ ସାଧୁଛି ପ୍ରାକୃତିକ ଦୁର୍ବିପାକ। ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ଦେଖିବାକୁ ମିଳିଛି ଜଳ ପ୍ରଳୟ। ଉଭୟ ସ୍ଥାନରେ ବାଦଲ ଫଟା ବର୍ଷା ଯୋଗୁ ଭୟାନକ ଜଳ ପ୍ରଳୟ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ଡ୍ୟାମ କାନ୍ଥ ଭାଙ୍ଗିଛି ତ ଆଉ କେଉଁଠି ଘର ଧୋଇ ହୋଇଯାଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଲୋକ ନିଖୋଜ ଥିବା ସୂଚନା ମିଳିଛି।

ସେପଟେ ବାଦଲ ଫଟା ବର୍ଷାରେ ଉତ୍ତରାଖଣ୍ଡ କେଦାରନାଥରେ ହଠାତ ବନ୍ୟା ଆସିବାରୁ ଭୟାବହ ସ୍ଥିତି ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ଯୋଗୁ ଉତ୍ତରାଖଣ୍ଡରେ ୯ ଜଣଙ୍କର ମୃତ୍ୟୁ ଘଟିଛି ଯେଉଁଥିରେ ଟେହେରୀରେ ୩ ଜଣ, ହରିଦ୍ୱାର ଏବଂ ରୁରକିରେ ୨ ଜଣ ଓ ଚାମୋଲି ଏବଂ ଡେରାଡୁନରେ ଜଣଙ୍କର ମୃତ୍ୟୁ ଘଟିଛି। ହଠାତ ବନ୍ୟା ଆସିବାରୁ ୨୦୦ରୁ ଅଧିକ ଶ୍ରଦ୍ଧାଳୁ ଫସି ରହିଛନ୍ତି। ବର୍ତମାନ ଉତ୍ତରାଖଣ୍ଡ ସରକାର କେଦାରନାଥ ଯାତ୍ରାକୁ ସ୍ଥଗିତ ରଖିଛନ୍ତ। ସେପଟେ ଫସି ରହିଥିବା ଶ୍ରଦ୍ଧାଳୁଙ୍କୁ ଉଦ୍ଧାର କରିବା ପାଇଁ ସ୍ଥାନୀୟ ପ୍ରଶାସନ ଓ ଏସଡିଆରଏଫ ନିୟୋଜିତ ହୋଇଛନ୍ତି ।

Leave A Reply

Your email address will not be published.