ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ବାଦଲ ଫଟା ବର୍ଷାରେ ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ୧୩ ମୃତ

0

ଉତ୍ତରାଖଣ୍ଡ: କେରଳ ଓ୍ବାୟନାଡ ପରେ ଏବେ ଉତ୍ତର ଭାରତରେ ପ୍ରକୃତି ତାର ତାଣ୍ଡବ ରଚିଛି। ମଣିଷ ପାଇଁ ଦାଉ ସାଧୁଛି ପ୍ରାକୃତିକ ଦୁର୍ବିପାକ। ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ଦେଖିବାକୁ ମିଳିଛି ଜଳ ପ୍ରଳୟ। ଉଭୟ ସ୍ଥାନରେ ବାଦଲ ଫଟା ବର୍ଷା ଯୋଗୁ ଭୟାନକ ଜଳ ପ୍ରଳୟ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ଡ୍ୟାମ କାନ୍ଥ ଭାଙ୍ଗିଛି ତ ଆଉ କେଉଁଠି ଘର ଧୋଇ ହୋଇଯାଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଲୋକ ନିଖୋଜ ଥିବା ସୂଚନା ମିଳିଛି।

ସେପଟେ ବାଦଲ ଫଟା ବର୍ଷାରେ ଉତ୍ତରାଖଣ୍ଡ କେଦାରନାଥରେ ହଠାତ ବନ୍ୟା ଆସିବାରୁ ଭୟାବହ ସ୍ଥିତି ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ଯୋଗୁ ଉତ୍ତରାଖଣ୍ଡରେ ୯ ଜଣଙ୍କର ମୃତ୍ୟୁ ଘଟିଛି ଯେଉଁଥିରେ ଟେହେରୀରେ ୩ ଜଣ, ହରିଦ୍ୱାର ଏବଂ ରୁରକିରେ ୨ ଜଣ ଓ ଚାମୋଲି ଏବଂ ଡେରାଡୁନରେ ଜଣଙ୍କର ମୃତ୍ୟୁ ଘଟିଛି। ହଠାତ ବନ୍ୟା ଆସିବାରୁ ୨୦୦ରୁ ଅଧିକ ଶ୍ରଦ୍ଧାଳୁ ଫସି ରହିଛନ୍ତି। ବର୍ତମାନ ଉତ୍ତରାଖଣ୍ଡ ସରକାର କେଦାରନାଥ ଯାତ୍ରାକୁ ସ୍ଥଗିତ ରଖିଛନ୍ତ। ସେପଟେ ଫସି ରହିଥିବା ଶ୍ରଦ୍ଧାଳୁଙ୍କୁ ଉଦ୍ଧାର କରିବା ପାଇଁ ସ୍ଥାନୀୟ ପ୍ରଶାସନ ଓ ଏସଡିଆରଏଫ ନିୟୋଜିତ ହୋଇଛନ୍ତି ।

Leave A Reply

Your email address will not be published.