ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

0

କେନ୍ଦ୍ରାପଡା: ଦୀର୍ଘ ୩ ମାସ ବନ୍ଦ ରହିବା ପରେ ଆଜି ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ଏଥର ପର୍ଯ୍ୟଟକଙ୍କ ପାଇଁ କିଛି ନୂଆ ବ୍ୟବସ୍ଥା ଗ୍ରହଣ କରିଛି ବନ ବିଭାଗ। ଏହା ମଧ୍ୟରେ ସର୍ବାଧିକ ଆକର୍ଷଣର କେନ୍ଦ୍ରବିନ୍ଦୁ ରହିଛି ଦୀର୍ଘ ଅଧା କି.ମିରୁ ଅଧିକ ଲମ୍ବା ସ୍କାଏ-ଓ୍ୱାକ । କୁମ୍ଭୀର ପ୍ରଜନନ ପାଇଁ ମେ’ ମାସ ପହିଲାରୁ ଜୁଲାଇ ମାସ ୩୧ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ, ବୁଦ୍ଧିଜୀବି ଏବଂ ପରିବେଶବିତଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖାଯାଇଛି।

ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମଇ ୧ରୁ ଜୁଲାଇ ୩୧ ଦୀର୍ଘ ୩ ମାସ ଧରି ଭିତରକନିକା ବନ୍ଦ ରହିଥାଏ। ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ। ଆଜିଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନକୁ ଖୋଲାଯାଇଛି। ଏଥିପାଇଁ ବନବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବାକୁ ହେଲେ ପରିଚୟପତ୍ରକୁ ବାଧ୍ୟତାମୂଳକ କରାଯାଇଛି।

ପର୍ଯ୍ୟଟକମାନେ ଗୁପ୍ତି, ଚାନ୍ଦବାଲି, ଖୋଳା ଓ ଡାଙ୍ଗମାଳ ପ୍ରଭୃତି ୪ଟି ପ୍ରବେଶ ପଥ ଦେଇ ଭିତରକନିକା ମଧ୍ୟକୁ ପ୍ରବେଶ କରିପାରିବେ। ଭିତରକନିକାରେ ପର୍ଯ୍ୟଟକମାନେ ଜଳପଥରେ ବଉଳା କୁମ୍ଭୀର, ଦେଶୀ ଓ ବିଦେଶୀ ପକ୍ଷୀ, ହରିଣ, ବାର୍‌‌ହା, ସମ୍ବର, ଝିଙ୍କ ଆଦି ନାନା ପଶୁପକ୍ଷୀ ଓ ମ୍ୟୁଜିୟମ ଦେଖିବା ସହ ବନବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପ୍ରଥମ ସ୍କାଏ ୱାକ୍‌‌ ବ୍ରିଜ, ୱାଚ୍‌‌ ଟାଓା୍ୱର, ସେଲ୍‌ଫଫି ପଏଣ୍ଟ, ମ୍ୟାନଗ୍ରୁଭ ମେଟା ନର୍ସରୀ, ବୋଟ ଲାଇବ୍ରେରୀ, ସହିଦ ସ୍ତମ୍ଭ, କୁମ୍ଭୀର ପ୍ରଜନନ କେନ୍ଦ୍ର ଆଦି ଦେଖିପାରିବେ। ଯନ୍ତ୍ରଚାଳିତ ବୋଟ ସହ ବନବିଭାଗ ତରଫରୁ ଡାଙ୍ଗମାଳ ଓ ଗୁପ୍ତି ଠାରେ ରହିଥିବା ଫାଇବର ବୋଟରେ ମଧ୍ୟ ପର୍ଯ୍ୟଟକମାନେ ବୁଲି ଭିତରକନିକାର ନୈସର୍ଗିକ ଶୋଭା ଉପଭୋଗ କରିପାରିବେ।

ଚଳିତବର୍ଷ ଭିତରକନିକାକୁ ସମ୍ପୂର୍ଣ୍ଣ ଭାବେ ପଲିଥିନମୁକ୍ତ କରାଯାଇଛି। ପର୍ଯ୍ୟଟକମାନେ ପଲିଥିନ ଓ ପ୍ଲାଷ୍ଟିକ ସାମଗ୍ରୀ ଜାତୀୟ ଉଦ୍ୟାନ ମଧ୍ୟକୁ ନଆଣି ବନବିଭାଗ ପକ୍ଷରୁ ନିବେଦନ କରାଯାଇଛି।

Leave A Reply

Your email address will not be published.