ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଅଗଷ୍ଟ ୭ରୁ ରାଜ୍ୟ ସରକାରଙ୍କ ନିବେଶକ ସମ୍ମିଳନୀ

0

ଭୁବନେଶ୍ବର; ଆସନ୍ତା ଅଗଷ୍ଟ ୭, ୮ ଓ ୯ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସରକାରଙ୍କ ନିବେଶକ ସମ୍ମିଳନୀ। ପୁଣେ ଓ ଅହମ୍ମଦାବାଦରେ ହେବ ଏହି ସମ୍ମିଳନୀ। ଏନେଇ ସୂଚନା ଦେଇଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ। ଏହି ସମ୍ମିଳନୀରେ ଅଟୋମୋବାଇଲ୍, ଫୁଡ୍ ପ୍ରୋସେସିଂ, ଡାଉନ୍ ଷ୍ଟ୍ରିମ୍ ଇଣ୍ଡଷ୍ଟ୍ରି ଆଦି ଯୋଗଦେବେ। ନିବେଶକଙ୍କ ସହ ହେବ ୱାନ୍ ଟୁ ୱାନ୍ ଆଲୋଚନା ଓ ଗୋଲ ଟେବୁଲ୍ ବୈଠକ।

ସୂଚନା ଅନୁସାରେ, ଆସନ୍ତା ଅଗଷ୍ଟ ୭ ତାରିଖରୁ ପୁଣେ ଓ ଅହମ୍ମଦାବାଦରେ ଆରମ୍ଭ ହେବ ନିବେଶକ ସମ୍ମିଳନୀ। ଅଗଷ୍ଟ ୭ରୁ ଏହା ଆରମ୍ଭ ହୋଇ ଅଗଷ୍ଟ ୯ରେ ଶେଷ ହେବ। ଏହି ସମ୍ମିଳନୀରେ ଯୋଗଦେବେ ଶିଳ୍ପ, ଏମଏସଏମଇ ମନ୍ତ୍ରୀଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀମାନେ। ତେବେ ୨୦୨୯ ସୁଦ୍ଧା ଅଢ଼େଇ ଲକ୍ଷ କୋଟିରୁ ଅଧିକ ପୁଞ୍ଜି ଆଣିବାକୁ ଲକ୍ଷ ରଖିଛନ୍ତି ରାଜ୍ୟ ସରକାର। ଚଳିତ ବର୍ଷ ଉତ୍କଳ ଉତ୍କର୍ଷ ସମ୍ମିଳନୀ ଆୟୋଜିତ କରି ଅଧିକ ପୁଞ୍ଜି ଆଣିବାକୁ ଲକ୍ଷ ରଖିଛନ୍ତି ରାଜ୍ୟ ସରକାର।

Leave A Reply

Your email address will not be published.