ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ବରିଷ୍ଠ ସାମ୍ବାଦିକ ପ୍ରଦୀପ ମହାପାତ୍ରଙ୍କ ପରଲୋକ

0

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ତଥା ପ୍ରଫେସର୍ ପ୍ରଦୀପ ମହାପାତ୍ରଙ୍କ ପରଲୋକ । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମ୍ବାଦିକ ବିଭାଗର ପୂର୍ବତନ ଏଚଓଡି ଥିଲେ ପ୍ରଦୀପ ମହାପାତ୍ର। ୬୯ ବର୍ଷରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି। ଗତକାଲି ରାତ୍ର ୨.୧୦ ମିନିଟରେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ର ଗୁରୁତର ଭାବେ ଅସୁସ୍ଥ ହୋଇ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ସକାଳେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବ୍ରହ୍ମପୁର ନିଜ ବାସସ୍ଥାନରେ ଶବଦାହ କରାଯିବ। ତାଙ୍କ ମରଶରୀର ଭୁବନେଶ୍ୱରରୁ ଆଜି ସକାଳ ୧୦ଟା ବ୍ରହ୍ମପୁର ପହଞ୍ଚିବ।

ସୂଚନା ଅନୁଯାୟୀ, ଗତ କିଛିଦିନ ତଳେ ସେ ହଠାତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଅଣାଯାଇଥିଲା। ପ୍ରାଥମିକ ଅବସ୍ଥାରେ ତାଙ୍କର ନିମୋନିଆ ଯୋଗୁଁ ଫୁସଫୁସ ଗୁରୁତର ଭାବେ ଆକ୍ରାନ୍ତ ହୋଇଥିବା ଚିକିତ୍ସାରୁ ଜଣାପଡ଼ିଥିଲା। ଏହି ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ତାଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଚିକିତ୍ସା ସମୟରେ ତାଙ୍କର ହଠାତ ହୃଦଘାତ ହେବା ସହ ମସ୍ତିଷ୍କ ଗୁରୁତର ଭାବେ ପ୍ରଭାବିତ ହୋଇଥିଲା।

Leave A Reply

Your email address will not be published.