ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସେପ୍ଟେମ୍ବର ୧୦ରେ ହଟିବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା

0

ଭୁବନେଶ୍ବର: ବିଏସ୍‌କେୱାଇକୁ ନେଇ ବଡ ଖବର ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। “ସେପ୍ଟେମ୍ବର ୧୦ ପରେ ପର୍ଯ୍ୟାୟକ୍ରମେ ଲାଗୁ ହେବ ‘ଗୋପବନ୍ଧୁ ଜନ ଆରୋଗ୍ୟ’ ଯୋଜନା। ପୂର୍ବତନ ରାଜ୍ୟ ସରକାରଙ୍କ ଅନ୍ୟତମ ଲୋକପ୍ରିୟ ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ଆସନ୍ତା ମାସ (ସେପ୍ଟେମ୍ବର) ୧୦ ତାରିଖ ଯାଏଁ ଚାଲିବ। ଏହାପର ଠାରୁ ବିଏସକେୱାଇ ବଦଳରେ ଲୋକଙ୍କୁ ମିଳିବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମାଧ୍ୟମରେ ସ୍ବାସ୍ଥ୍ୟ ସୁବିଧା। ଲୋକପ୍ରିୟ ଯୋଜନା ବିଏସ୍‌କେୱାଇରେ ଯେତିକି ଭାବରେ ସୁବିଧା ମିଳୁଛି ସେତିକି ସୁବିଧା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ମିଳିବା ନେଇ ପଦକ୍ଷେପ ନିଆଯାଉଛି” ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ।

ସେ କହିଛନ୍ତି, ବିଏସକେଓ୍ବାଇ କାର୍ଡ ଏବେ ଜାରି ରହିବ। ଏହାପରେ ସେପ୍ଟେମ୍ବର ୧୦ ତାରିଖ ପରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ। ବଜେଟ ଆପ୍ରୋପ୍ରିଏସନ ବିଲ ପାସ ହେଲା ପରେ ନୂଆ କାର୍ଡର ପ୍ରକ୍ରିୟା ଆରମ୍ଭ ହେବ। ଏହାସହ ବଦଳିଯିବ ବିଏସକେୱାଇ କାର୍ଡର ରୂପରେଖ।

ନୂଆ ଯୋଜନା ଆସିଲା ଯାଏଁ ବିଏସକେୱାଇ କାର୍ଡ ଚାଲୁ ରହିବ। ଏବେ ସବୁ ସରକାରୀ ଓ ଘରୋଇ ହସ୍ପିଟାଲ୍‌ରେ ବିଏସକେଓ୍ବାଇ ଜାରି ରହିବ। ସେପ୍ଟେମ୍ବର ୧୦ ତାରିଖ ପରେସମସ୍ତଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ ମିଳିବ। ସେପ୍ଟେମ୍ବର ୧୦ତାରିଖରେ ଆପ୍ରୋପିଏସନ ବିଲ ପାସ ହେବ, ତା ପରେ ପର୍ଯ୍ୟାୟ କ୍ରମେ ଗୋପବନ୍ଧୁ ଆରୋଗ୍ୟ ଯୋଜନା ଲାଗୁହେବ। ଏବେ ବିଏସକେୱାଇ ଯେମିତି ଚାଲିବା କଥା ସେମିତି ଚାଲିବ ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି।

Leave A Reply

Your email address will not be published.