ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଆଧୁନିକୀକରଣ କରାଯିବ କ୍ୟାପିଟାଲ ହସ୍ପିଟାଲ

0

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲର ଆହୁରି ଆଧୁନିକୀକରଣ କରାଯିବ। ରୋଗୀ ମାନଙ୍କ ପାଇଁ ସମସ୍ତ ପ୍ରକାରର ସୁବିଧା ପାଇବାର ବ୍ୟବସ୍ଥା କରାଯିବ। ଏହା ସହ ହସ୍ପିଟାଲରେ ରୋଗୀ ସେବାରେ ଆହୁରି ଅଧିକ ଉନ୍ନତି ଆଣିବା ତଥା ଡାକ୍ତର ଓ ଅନ୍ୟ କର୍ମଚାରୀମାନେ ରୋଗୀମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ ହେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହସ୍ପିଟାଲ ଷ୍ଟାଫଙ୍କୁ ପରାମର୍ଶ ଦେଇଛନ୍ତି।

ଗତ କାଲି ସନ୍ଧ୍ୟାରେ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରୋଗୀମାନଙ୍କ ଯତ୍ନ କିପରି ନିଆଯାଉଛି ସେ ସମ୍ପର୍କରେ ପଚାରି ବୁଝିଲେ। ରୋଗୀ ସେବାରେ ଅଧିକ ଉନ୍ନତି ଆଣିବା ତଥା ସେମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ ହେବା ପାଇଁ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ମଧ୍ୟ ଦେଲେ । ସେ ରୋଗୀମାନଙ୍କ ସହିତ ଆଲୋଚନା କରି ସେମାନଙ୍କ ରହିବା, ଖାଇବା ଓ ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ଥିବା ସୁବିଧା ସମ୍ପର୍କରେ ପଚାରି ବୁଝିବା ସହିତ ହସ୍ପିଟାଲର ପରିମଳ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ବୁଝିଛନ୍ତି। ସ୍ଥିତି ଅନୁଧ୍ୟାନ କରିବା ପରେ ହସ୍ପିଟାଲ ଭିତ୍ତିଭୂମିର ଆହୁରି ଆଧୁନିକୀକରଣ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

କ୍ୟାପିଟାଲ ହସ୍ପିଟାଲର ଆହୁରି ଆଧୁନିକୀକରଣ କରାଯାଇ ରୋଗୀ ମାନଙ୍କ ପାଇଁ ଅଧିକ ସୁବିଧାର ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ହସ୍ପିଟାଲରେ ରୋଗୀ ସେବାରେ ଆହୁରି ଅଧିକ ଉନ୍ନତି ଆଣିବା ତଥା ଡାକ୍ତର ଓ ଅନ୍ୟ କର୍ମଚାରୀ ମାନେ ରୋଗୀ ମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ ହେବା ପାଇଁ ସେ ପରାମର୍ଶ ଦେଇଥିଲେ।

ଏହି ଅବସରରେ ହସ୍ପିଟାଲର ଅସ୍ଥାୟୀ କର୍ମଚାରୀ ମାନଙ୍କ ସହିତ ମଧ୍ୟ ଆଲୋଚନା କରି ସେମାନଙ୍କ ପ୍ରାପ୍ୟ ମଜୁରୀ ସମ୍ପର୍କରେ ବୁଝିଥିଲେ। ନୂଆ ବର୍ଦ୍ଧିତ ମଜୁରୀ ମିଳିବା ପରେ ସେମାନଙ୍କ ପ୍ରାପ୍ୟ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରୋଗୀ ସେବା ପରି ଏକ ମହାନ କାର୍ଯ୍ୟରେ ନିଷ୍ଠାର ସହିତ ଦାୟିତ୍ଵ ତୁଲାଉ ଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କର ଉଚ୍ଚ ପ୍ରଶଂସା କରିଥିଲେ। ଏହି ସମୟରେ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ପଣ୍ଡା ଉପସ୍ଥିତ ଥିଲେ।

Leave A Reply

Your email address will not be published.