ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

କାଉଡ଼ିଆଙ୍କ ଉପରେ ମାଡ଼ିଗଲା ଟ୍ରକ, ୩ ମୃତ

0

ଖଲ୍ଲିକୋଟ:ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର ଡିମିରିଆ ଗାଁ ଛକରେ ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରକ୍ ଚଢ଼ି ଯିବାରୁ ୨ ଜଣ କାଉଡ଼ିଆଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ଘଟିଛି। ଖଲ୍ଲିକୋଟ ଥାନା ୧୬ ନମ୍ବର ଜାତୀୟ ରାଜପଥ ଡିମିରିଆ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ୨ କାଉଡିଆ ଓ ଜଣେ ପଥଚାରୀଙ୍କ ଉପରେ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁବରଣ କରିଥିବା ତିନିଜଣଙ୍କ ମଧ୍ଯରେ ଦୁଇଜଣ କାଉଡିଆ ବାଣପୁର ଅଞ୍ଚଳର।

ମୃତ ଦୁଇ କାଉଡିଆ ହେଲେ ବାଣପୁରର ପପୁ ନାୟକ ଓ ରଞ୍ଜିତ ନାୟକ। ଅନ୍ୟ ଜଣେ ମୃତକ ନିକଟସ୍ଥ ଦଲ୍ଲିବାଟି ଗାଁର ମନମାଳି ପାତ୍ର ବୋଲି ଜଣାପଡିଛି। ରଞ୍ଜି ନାୟକ ଓ ତାଙ୍କର ଅନ୍ୟ କାଉଡ଼ିଆ ସାଥୀ ଜଣଙ୍କ ଋଷିକୁଲ୍ୟା ନଦୀରୁ ପାଣି ଉଠାଇ ବାଣପୁର ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ସେମାନଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା ଟ୍ରକ। ଖବର ପାଇ ଖଲ୍ଲିକୋଟ ଥାନା ପୋଲିସ ଘଟଣାସ୍ଥଳରେ ପହଛି ତଦନ୍ତ ଆରମ୍ଭ କରିଛି। ଟ୍ରକଟି ଆନ୍ଧ୍ରରୁ ଭୁବନେଶ୍ୱର ଆସୁଥିଲା। ଟ୍ରକର ଦୁଇ ଡ୍ରାଇଭରଙ୍କୁ ଅଟକ ରଖିଛି ପୋଲିସ।

Leave A Reply

Your email address will not be published.