ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆସନ୍ତା ୫ ଦିନର କେମିତି ରହିବ ପାଣିପାଗ

0

ଭୁବନେଶ୍ୱର: ଉତ୍ତର ଝାଡ଼ଖଣ୍ଡ ଓ ନିକଟବର୍ତ୍ତୀ ଅଞ୍ଚଳ ରେ ଏକ ଅବପାତ କ୍ଷେତ୍ର ରହିଛି। ଏହି କ୍ଷେତ୍ର ଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଆସନ୍ତା ୨ ଦିନ ଯାଏଁ ଝାଡ଼ଖଣ୍ଡ, ଛତିଶଗଡ଼, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଦେଇ ଗତି କରିବ।

ପ୍ରଭାବ ରେ ଉତ୍ତର ପଶ୍ଚିମ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼, ପୂର୍ବ ମଧ୍ୟପ୍ରଦେଶ, ଦକ୍ଷିଣ ପୂର୍ବ ଉତ୍ତରପ୍ରଦେଶ ର କିଛି ଅଞ୍ଚଳ ରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ମହାନଦୀ ଉପରମୁଣ୍ଡ ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ଆସନ୍ତା ୨୪ ଘଣ୍ଟା ଯାଏଁ ପଶ୍ଚିମ ଓଡ଼ିଶା ର ଅଧିକାଂଶ ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ରାଜ୍ୟ ର ଅନ୍ୟ ଅଞ୍ଚଳ ର କିଛି ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ ଓଡ଼ିଶା ରେ ଆସନ୍ତା ୫ ଦିନ ଯାଏଁ ବଡ଼ ବର୍ଷା ର ସମ୍ଭାବନା ନାହିଁ। ଉତ୍ତର ଓଡ଼ିଶା ର ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି। ୬ ତାରିଖ ପରେ ବର୍ଷା ପରିମାଣ ବଢ଼ିପାରେ।

Leave A Reply

Your email address will not be published.