ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ

ଆସନ୍ତା ୫ ଦିନର କେମିତି ରହିବ ପାଣିପାଗ

0

ଭୁବନେଶ୍ୱର: ଉତ୍ତର ଝାଡ଼ଖଣ୍ଡ ଓ ନିକଟବର୍ତ୍ତୀ ଅଞ୍ଚଳ ରେ ଏକ ଅବପାତ କ୍ଷେତ୍ର ରହିଛି। ଏହି କ୍ଷେତ୍ର ଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଆସନ୍ତା ୨ ଦିନ ଯାଏଁ ଝାଡ଼ଖଣ୍ଡ, ଛତିଶଗଡ଼, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଦେଇ ଗତି କରିବ।

ପ୍ରଭାବ ରେ ଉତ୍ତର ପଶ୍ଚିମ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼, ପୂର୍ବ ମଧ୍ୟପ୍ରଦେଶ, ଦକ୍ଷିଣ ପୂର୍ବ ଉତ୍ତରପ୍ରଦେଶ ର କିଛି ଅଞ୍ଚଳ ରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ମହାନଦୀ ଉପରମୁଣ୍ଡ ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ଆସନ୍ତା ୨୪ ଘଣ୍ଟା ଯାଏଁ ପଶ୍ଚିମ ଓଡ଼ିଶା ର ଅଧିକାଂଶ ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ରାଜ୍ୟ ର ଅନ୍ୟ ଅଞ୍ଚଳ ର କିଛି ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ ଓଡ଼ିଶା ରେ ଆସନ୍ତା ୫ ଦିନ ଯାଏଁ ବଡ଼ ବର୍ଷା ର ସମ୍ଭାବନା ନାହିଁ। ଉତ୍ତର ଓଡ଼ିଶା ର ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି। ୬ ତାରିଖ ପରେ ବର୍ଷା ପରିମାଣ ବଢ଼ିପାରେ।

Leave A Reply

Your email address will not be published.