ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କୋରାବ ଏକ୍ସପ୍ରେସରେ ଅଗ୍ନିକାଣ୍ଡ

0

ବିଶାଖାପଟ୍‌ନମ୍‌: ଫ୍ଲାଟଫର୍ମରେ ଠିଆ ହୋଇଥିବା ଏକ ଯାତ୍ରୀବାହୀ ଟ୍ରେନ୍‌ରେ ଲାଗିଲା ନିଆଁ। ଦେଖୁ ଦେଖୁ ହୁ ହୁ ଜଳି ଉଠିଲା ଟ୍ରେନ୍‌। ଫଳରେ ଟ୍ରେନ୍‌ର ତିନୋଟି ବଗି ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ବିଶାଖାପଟ୍‌ନମ୍‌ ଷ୍ଟେଶନରେ ଅଗ୍ନିକାଣ୍ଡ ଘଟିଛି। ଷ୍ଟେଶନରେ ଛିଡା ହୋଇଥିବା ବେଳେ କୋରାବ ଏକ୍ସପ୍ରେସ ଟ୍ରେନର ୩ଟି ଏସି ବଗିରେ ନିଆଁ ଲାଗି ଯାଇଛି। ତେବେ ବଗିରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। ଉକ୍ତ ଟ୍ରେନ୍‌ଟି କୋରାବରୁ ତିରୁମାଲା ଯାଇଥାନ୍ତା।

ରେଲୱେ ଅଧିକାରୀଙ୍କ କହିବା ଅନୁଯାୟୀ ଏହି ଅଗ୍ନିକାଣ୍ଡ ପ୍ରଥମେ ବି ୭ କୋଚର ଶୌଚାଳୟରେ ଶଟସର୍କିଟ ଯୋଗୁ ହୋଇଛି। ବି୭ ବଗି ପୂରା ଜଳି ଯାଇଥିବା ବେଳେ ବି୬ ଓ ଏମ୍୭ ବଗି ଆଶିଂକ ଭାବେ ଜଳିଯାଇଛି। ତେବେ ଏହି ଅଗ୍ନିକାଣ୍ଡ ବେଳେ ବଗିରେ କେହି ନଥିଲେ। ତେଣୁ ଏକ ବଡ ଦୁର୍ଘଟଣାରୁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ କରିଛନ୍ତି।

Leave A Reply

Your email address will not be published.