କଟକ: କଟକସ୍ଥିତ ଯୋବ୍ରା ବ୍ୟାରେଜ୍ରୁ ଜଣେ ମହିଳା ମହାନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ମହିଳାଙ୍କ ନାଁ କାମିନୀ ସ୍ଵାଇଁ ଏବଂ ସେ କଟକ ଅରିଲୋ ଅଞ୍ଚଳର ବୋଲି ଜଣାପଡ଼ିଛି।
ସୂଚନାନୂସାରେ, ରବିବାର ଅପରାହ୍ନ ସମୟରେ କାମିନୀ ଯୋବ୍ରା ବ୍ୟାରେଜକୁ ଆସି ବ୍ରିଜ୍ ଉପରେ ନିଜ ବ୍ୟାଗ୍, ମୋବାଇଲ ଫୋନ୍, ଚପଲ ଆଦି ରଖି ମହାନଦୀକୁ ଡେଇଁ ପଡ଼ିଥିଲେ। ସେହି ସମୟରେ ନଦୀରେ ମାଛ ଧରୁଥିବା ମତ୍ସ୍ୟଜୀବୀମାନେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ ତାହା ଅସ୍ପଷ୍ଟ।ଗତ ୫ ଦିନ ମଧ୍ୟରେ ରେ କାଠଯୋଡ଼ି ଓ ମହାନଦୀକୁ ଡେଇଁ ୪ଜଣ ଜୀବନ ହାରିସାରିଲେଣି।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ